ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ରାଜ୍ୟବାସୀଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଇଲେ

180

ଭୁବନେଶ୍ବର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ରାଜ୍ୟବାସୀଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ନିଜର ଶୁଭେଚ୍ଛା ବାର୍ତ୍ତାରେ ୨୦୨୧ ବର୍ଷ ରାଜ୍ୟବାସୀଙ୍କ ଜୀବନରେ ହସ, ଖୁସି, ଶାନ୍ତି ଓ ସମୃଦ୍ଧି ଭରିଦେଉ ବୋଲି କହିଛନ୍ତି। ଏହାଛଡ଼ା ରାଜ୍ୟକୁ ଦେଶର ଶ୍ରେଷ୍ଠ ରାଜ୍ୟରେ ପରିଣତ କରିବା ପାଇଁ ସମସ୍ତେ ନିଜ ନିଜ ସ୍ତରରେ ନିଷ୍ଠାପର ପ୍ରୟାସ ଜାରି ରଖିବାକୁ ସେ ଆହ୍ବାନ ଦେଇଛନ୍ତି। ନୂଆ ଆଶା ଓ ଭରସା ନେଇ ଆସିଛି ନୂଆ ବର୍ଷ । ଟ୍ୱିଟ୍ କରି ଅଭିନନ୍ଦନ ଜଣାଇବା ସହ ସମସ୍ତଙ୍କ ସୁଖ ସମୃଦ୍ଧି କାମନା କରିଛନ୍ତି ନବୀନ । ଏଥି ସହ ଏକ ଭିଡିଓ ବାର୍ତ୍ତା ମଧ୍ୟ ପୋଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ଭୟରେ ଶେଷ ହୋଇଛି ୨୦୨୦ ଏବେ ନୂଆ ଆଶା ଓ ଭରସାରେ ବାନ୍ଧି ହୋଇଛି ୨୦୨୧ । କଣକଣା ଭିତରେ ୨୦୨୦କୁ ବିଦାୟ ଦେଇଛନ୍ତି ରାଜ୍ୟବାସୀ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନୂଆ ଜିରୋ ନାଇଟ ସେଲିବ୍ରେସନକୁ ନିଷେଧ କରିଥିଲେ । ଭୁବନେଶ୍ୱର ଓ କଟକରେ ଏଥିପାଇଁ ୩୧ ତାରିଖ ରାତି ୧୦ଟାରୁ ନୂଆ ବର୍ଷ ସକାଳ ୫ ପର୍ଯ୍ୟନ୍ତ ନାଇଟ କର୍ଫ୍ଯୁ ଜାରି କରାଯାଇଥିଲା ।ନୂତନ ବର୍ଷରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁଙ୍କ କୃପାରୁ ବର୍ଷ ୨୦୨୧ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି ଓ ପ୍ରଗତିର ବର୍ଷ ହେଉ। 

Leave A Reply

Your email address will not be published.