ଝଲସିଲା ରେଶମ ନଗରୀ

151

ନୂଆବର୍ଷ ଭେଟି: ରାମଲିଙ୍ଗେଶ୍ୱର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଲୋକାର୍ପିତ

ବ୍ରହ୍ମପୁର: ସୌନ୍ଦର୍ଯ୍ୟକରଣର ଅନନ୍ୟ ଉଦାହରଣ ପାଲଟିଛି ବ୍ରହ୍ମପୁରର ରାମଲିଙ୍ଗେଶ୍ୱର ଜଳାଶୟ । ଅବ୍ୟବହୃତ ଏବଂ ଅସ୍ୱାସ୍ଥ୍ୟକର ପରିବେଶରେ ପଡ଼ିରହିଥିବା ଏହି ଜଳାଶୟ ଆଜି ବ୍ରହ୍ମପୁରରେ ପର୍ଯ୍ୟଟକମାନଙ୍କର ଆକର୍ଷଣୀୟ କେନ୍ଦ୍ରବିନ୍ଦୁ ହୋଇପାରିଛି । ଚିତ୍ତାକର୍ଷକ ଆତସବାଜି, ଶିବତାଣ୍ଡବ ସ୍ତୋତ୍ରର ତାଳେ ତାଳେ ଲେଜର ଲାଇଟ୍‌ ଓ ଏକ ସଂଗୀତମୟ ପରିବେଶ ମଧ୍ୟରେ ବ୍ରହ୍ମପୁରର କେନ୍ଦ୍ରସ୍ଥଳୀରେ ଅବସ୍ଥିତ ରାମଲିଙ୍ଗେଶ୍ୱର ଜଳାଶୟ ଓ ଉଦ୍ୟାନର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ମୁଖ୍ୟମବୀ ନବୀନ ପଟନାୟକଙ୍କ ଦ୍ୱାରା ଲୋକାର୍ପିତ ହୋଇଛି । ଏହି ଅବସରରେ ସୋମବାର ସନ୍ଧ୍ୟାରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବ୍ରହ୍ମପୁରର ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମବୀ ନବୀନ ପଟନାୟକ ରାମଲିଙ୍ଗେଶ୍ୱର ଜଳାଶୟର ଐତିହ୍ୟ ଉପରେ ଆଲୋକପାତ କରିଥିଲେ । ଏହି ପବିତ୍ର ଜଳାଶୟର ଜଳକୁ ପରିଷ୍କାର ରଖିବା ଏବଂ ଏହାର ସୌନ୍ଦର୍ଯ୍ୟମୟ ପରିବେଶକୁ ସୁରକ୍ଷିତ ରଖିବା ପାଇଁ ମୁଖ୍ୟମବୀ ବ୍ରହ୍ମପୁରର ଜନସାଧାରଣଙ୍କୁ ଆହ୍ୱାନ ଜଣାଇଥିଲେ । ମୁଖ୍ୟମବୀ କହିଥିଲେ ଗତ କିଛିବର୍ଷ ତଳେ ଏହି ଜଳାଶୟର ଅବସ୍ଥା କ’ଣ ଥିଲା ଏବଂ ବର୍ତ୍ତମାନ ଏହା କେଉଁଠି ପହଞ୍ଚିଛି । ଏହା ହେଉଛି ପରିବର୍ତ୍ତନ ଓ ରୂପାନ୍ତରଣ । ରାମଲିଙ୍ଗେଶ୍ୱର ଜଳାଶୟ ଓ ପାର୍କ ଆଜି ଗଞ୍ଜାମର ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ୱତବ ସ୍ଥାନ ଅଧିକାର କରିପାରିଛି । ଏହା ଆଜି ସମ୍ଭବ ହୋଇପାରିଛି ବ୍ରହ୍ମପୁରର ଜନସାଧାରଣଙ୍କ ଅକୁଣ୍ଠ ସମର୍ଥନ ଓ ସହଯୋଗ ଯୋଗୁଁ ।

କୋଭିଡ୍ ସମୟରେ ଗଞ୍ଜାମର ଜନସାଧାରଣଙ୍କର ଦୃଢ଼ ମନୋବଳର ଉଚ୍ଚପ୍ରଶଂସା କରି ମୁଖ୍ୟମବୀ କହିଥିଲେ ଜନତାଙ୍କ ସଂଯମତା ଓ ଆଞଗଶକ୍ତି ଯୋଗୁଁ ଆଜି ଜିଲ୍ଲାରେ ସଫଳ ଭାବରେ କୋଭିଡକୁ ନିୟବଣ ରାଯାଇପାରିଛି ଏବଂ ଗଞ୍ଜାମ ଆଜି ସାରା ଦେଶ ପାଇଁ ରୋଲ ମଡେଲ ହୋଇପାରିଛି । ବ୍ରହ୍ମପୁରକୁ ଏକ ଆଦର୍ଶ ସହର ଭାବରେ ଗଢ଼ି ତୋଳିବା ପାଇଁ ରାଜ୍ୟ ସରକାର ତାଙ୍କର ଉଦ୍ୟମ ଜାରି ରଖିଛନ୍ତି । ବ୍ରହ୍ମପୁରରେ ଅତ୍ୟାଧୁନିକ ସୁବିଧା ଥିବା ଏକ ଷ୍ଟାଡିୟମ୍‌ର ନିର୍ମାଣ କାର୍ଯ୍ୟ ସନ୍ତୋଷଜନକ ଭାବରେ ଆଗେଇ ଚାଲିଥିବା ବେଳେ ସହର ପାଇଁ ୪୨ କୋଟି ଟଙ୍କା ବ୍ୟାୟରେ ଏକ ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ସେହିପରି ସହରର ଟ୍ରାଫିକ ନିୟବଣ ପାଇଁ ରିଂ ରୋଡ୍ କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଛି । ବ୍ରହ୍ମପୁର ମୋ ପାଇଁ ସବୁବେଳେ ସ୍ୱତବ ଗୁରୁତ୍ୱ ରଖିଛି । ବ୍ରହ୍ମପୁର ତଥା ଗଞ୍ଜାମର ବିକାଶ ଉପରେ ମୁଁ ସବୁବେଳେ ତୀକ୍ଷଣ ନଜର ରଖିଛି । ବ୍ରହ୍ମପୁରକୁ ଏକ ସୁନ୍ଦର ତଥା ଆଧୁନିକ ସହର ଭାବରେ ଗଢିବା ପାଇଁ ମୁଖ୍ୟମବୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଜଙ୍ଗଲ ଓ ପରିବେଶ ମବୀ ବିକ୍ରମ କେଶରୀ ଆରୁଖ, ସାଂସଦ ଚନ୍ଦ୍ରଶେଖର ସାହୁ, ବିଧାୟକ ବିକ୍ରମ ପଣ୍ଡା, ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ସଭାପତି ରମେଶ ଚନ୍ଦ୍ର ଚ୍ୟାଉ ପଟନାୟକ ପ୍ରମୁଖ ଉଦ୍‌ବୋଧନ ଦେଇ ରାମଲିଙ୍ଗେଶ୍ୱର ଜଳାଶୟର ପୁନରୁଦ୍ଧାର ପାଇଁ ମୁଖ୍ୟମବୀଙ୍କ ଉଦ୍ୟମର ପ୍ରଶଂସା କରିଥିଲେ । ଏହି ଜଳାଶୟର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣରେ ସକ୍ରିୟ ଭୂମିକା ଗ୍ରହଣ କରିଥିବା ଗଞ୍ଜାମର ପୂର୍ବତନ ଜିଲ୍ଲାପାଳ ପ୍ରେମଚାନ୍ଦ ଚୌଧୁରୀ ଏବଂ ପୂର୍ବତନ ପ୍ରକଳ୍ପ ନିର୍ଦ୍ଦେଶକ ଚକ୍ରବର୍ତ୍ତୀ ରାଠୋରଙ୍କୁ ମୁଖ୍ୟମବୀଙ୍କ ପକ୍ଷରୁ ମୁଖ୍ୟମବୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ୍ ଆନ୍ତରିକ କୃତଜ୍ଞତା ଜଣାଇଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ସୂଚନାଯୋଗ୍ୟ ଯେ, ୮ଏକର ପରିମିତ ଜମିରେ ଥିବା ଏହି ପ୍ରାଚୀନ ଜଳାଶୟ ବ୍ରହ୍ମପୁରର ଏକ ପବିତ୍ର ପୁଷ୍କରିଣୀ ଭାବରେ ପ୍ରସିଦ୍ଧ । ସମୟକ୍ରମେ ଏହା ଅବ୍ୟବହୃତ ହୋଇପଡିଥିଲା । ମୁଖ୍ୟମବୀ ନବୀନ ପଟନାୟକଙ୍କ ଉଦ୍ୟମ କ୍ରମେ ୨୦୧୭ ମସିହାରେ ୧୨ କୋଟି ଟଙ୍କା ବ୍ୟୟରେ ଏହି ଜଳାଶୟର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାମ ଆରମ୍ଭ ହୋଇଥିଲା । ପୁଷ୍କରିଣୀର ମଧ୍ୟ ସ୍ଥଳରେ ଭଗବାନ ଶଙ୍କରଙ୍କର ୩୫ ଫୁଟ୍ ଉଚ୍ଚତା ବିଶିଷ୍ଟ ସୁଦୃଶ୍ୟ ପ୍ରତିମୂର୍ତ୍ତି ଶୋଭା ପାଉଥିବା ବେଳେ ଚତୁଃପାଶ୍ୱର୍ରେ ଉଦ୍ୟାନ ଏହାକୁ ଅଧିକ ଆକର୍ଷଣୀୟ କରି ଗଢିତୋଳିଛି ।

Leave A Reply

Your email address will not be published.