ଲିଙ୍ଗରାଜ ମହାପ୍ରଭୁଙ୍କ ଦର୍ଶନ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର: କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଦିନ ଲିଙ୍ଗରାଜ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ସେ ନିଜେ ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଦୀର୍ଘ ମାସର ବ୍ୟବଧାନ ପରେ ପବିତ୍ର ଏକାମ୍ର କ୍ଷେତ୍ରରେ ଓଡ଼ିଶାବାସୀଙ୍କ ଆସ୍ଥା ଓ ବିଶ୍ୱାସର କେନ୍ଦ୍ର ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରି ନିଜକୁ ଧନ୍ୟ ମନେକରୁଛି । ପ୍ରଭୁଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳ କାମନା କରୁଛି ।