ଝାରସୁଗୁଡ଼ା ବିମାନ ବନ୍ଦରରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତି ଉନ୍ମୋଚନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର : ଝାରସୁଗୁଡ଼ା ପଶ୍ଚିମ ଓଡ଼ିଶାର ଅର୍ଥନୈତିକ ଦ୍ୱାର ହେବ- ଧର୍ମେନ୍ଦ୍ର

168

ଝାରସୁଗୁଡ଼ା: ଝାରସୁଗୁଡ଼ା ବିମାନ ବନ୍ଦରରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତି ଅନାବରଣ କରିଛନ୍ତି କେନ୍ଦ୍ର ତୈଳ ଓ ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ, ଝାରସୁଗୁଡ଼ା ପଶ୍ଚିମ ଓଡ଼ିଶାର ଅର୍ଥନୈତିକ ଦ୍ୱାର ହେବ । ଅନ୍ୟପକ୍ଷରେ ଏଠାରେ ପ୍ରଚୁର ମାତ୍ରାରେ ଖଣିଜ ସମ୍ପଦ ପୁରି ରହିଛି । ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ର କୋଲ ମାଇନ୍ସରୁ ପ୍ରତିବର୍ଷ ୬୫ ମିଲିୟନ୍ ମେଟ୍ରିକ୍ ଟନ୍ କୋଲ୍ ଉତ୍ପାଦନ ହେଉଛି । ଆଗାମୀ ୫ରୁ ୧୦ ବର୍ଷ ମଧ୍ୟରେ ଏହା ୨୫୦ ମିଲିୟନ ମେଟ୍ରିକ୍ ଟନ୍ କୁ ବୃଦ୍ଧି ପାଇବ । ଅନ୍ୟପକ୍ଷରେ ଏବେ ବିମାନ ସୁବିଧା ହେବା ଦ୍ୱାରା ପର୍ଯ୍ୟଟନ କ୍ଷେତ୍ରରେ ମଧ୍ୟ ପଶ୍ଚିମ ଓଡ଼ିଶାର ବିକାଶ ହୋଇପାରିବେ ବୋଲି ସେ କହିଥିଲେ ।

ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ନବ ଦାସ, ବରଗଡ଼ ସାଂସଦ ସୁରେଶ ପୂଜାରୀ, ସମ୍ବଲପୁର ସାଂସଦ ନୀତିଶ ଗଙ୍ଗଦେବ, ଦେବଗଡ଼ ବିଧାୟକ ସୁବାଷ ପାଣିଗ୍ରାହି, ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ, ସୁନ୍ଦରଗଡ଼ ବିଧାୟକ କୁସୁମ ଟେଟେ, ତଳସରା ବିଧାୟକ ଭବାନୀ ଶଙ୍କର ଭୋଇ, ବୀର ମିତ୍ରପୁର ବିଧାୟକ ଶଙ୍କର ଓରାମ, ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତିଙ୍କ ସମେତ ଅନ୍ୟାନ୍ୟ ଦଳୀୟ ନେତୃବୃନ୍ଦ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିଥିଲେ ।

Leave A Reply

Your email address will not be published.