ଗୋଟିଏ ଦିନରେ ୭୦ କରୋନା ଆକ୍ରାନ୍ତ ଚିହ୍ନଟ

138

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୮୫୦

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ  ୭୦ ଜଣ ନୂଆ  କରୋନା  ଆକ୍ରାନ୍ତ ଚିହ୍ନଟ ହେବା ପରେ  ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା   ୩୩୪୮୫୦ କୁ ବୃଦ୍ଧି ପାଇଛି ।  ସୂଚନା ଓ ଲୋକ ସମ୍ପର୍କ  ବିଭାଗ ପକ୍ଷରୁ ଟ୍ୱିଟ କରି  ସୂଚନା ଦିଆ  ଯାଇଛି ।  ରାଜ୍ୟରେ ବର୍ତମାନ ସୁଦ୍ଧା  ୩୩୧୬୬୭   ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ   ସକ୍ରିୟ ମାମଲା  ୧୨୨୪  ରହିଛି ।

ଆଜି ଚିହ୍ନଟ ହୋଇଥିବା ୭୦ ଜଣଙ୍କ ମଧ୍ୟରୁ  ୪୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୮ ଜଣ ସ୍ଥାନୀୟ ଲୋକ ବୋଲି  ସୂଚନା  ଓ ଲୋକ ସମ୍ପର୍କ  ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୯ ଟି  ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସୂଚନା  ଓ ଲୋକ ସମ୍ପର୍କ  ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୯  କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

Leave A Reply

Your email address will not be published.