କରୋନାରେ ଦେଶରେ ଗତ ୨୪ ଘଂଟାରେ ୧୨,୪୦୮ ନୂଆ ମାମଲା

165
ନୂଆଦିଲ୍ଲୀ:  ଦେଶରେ ଗତ ୨୪ଘଂଟା  ମଧ୍ୟରେ    ୧୨,୪୦୮ ଟି ନୂଆ କରୋନା ମାମଲା ସାମନାକୁ ଆସିଛି ।  ଏହି ସମୟ ମଧ୍ୟରେ ମୋଟ  ୧୨୦       ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।  ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ  ସଂଖ୍ୟା  ୧,୦୮,୦୨,୫୯୧ ପହଂଚିଛି ।
ଆଜି   ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ   ସକ୍ରିୟ ରୋଗୀଙ୍କ ସଂଖ୍ୟା ୧,୫୧,୪୬୦ ଥିବା ବେଳେ ବର୍ତମାନ ସୁଦ୍ଧା   ୧,୫୪,୮୨୩ ଜଣ ମୃତ୍ୟୁ  ବରଣ କରିଛନ୍ତି ।
ସେହିପରି ଦେଶରେ ଗତ ୨୪ଘଂଟା  ମଧ୍ୟରେ  କୋବିଡ ପାଇଁ   ୭,୧୫,୭୭୬ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୧୯,୯୯,୩୧,୭୯୫ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା
Leave A Reply

Your email address will not be published.