ନିଖୋଜ ମହିଳାଙ୍କ ମୃତଦେହ ପୋଖରୀରୁ ଉଦ୍ଧାର

203

କେନ୍ଦ୍ରାପଡ଼ା:  କେନ୍ଦ୍ରାପଡ଼ା ଜିଲ୍ଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁ ପୋଖରୀରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ସମ୍ପୃକ୍ତ ମହିଳା ଗତ ୩୦ ତାରିଖ ଠାରୁ ଘରୁ ନିଖୋଜ ଥିଲେ । ଏନେଇ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା । ହେଲେ ଆଜି ମହିଳାଙ୍କ ମୃତଦେହ ପୋଖରୀରେ ଭାସୁଥିବା ଦେଖିବାକୁ ପାଇଥିଲେ ସ୍ଥାନୀୟ ଲୋକେ । ସେମାନେ ଏନେଇ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ନିକିରାଇ ଥାନା ପୋଲିସ ଘଟଣାସ୍ଥଳରେ ପହଂଚି ମୃତ ମହିଳାଙ୍କ ଶବ ଉଦ୍ଧାର କରିବା ସହ ଏହାକୁ ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ପୋଲିସ ପକ୍ଷରୁ ଏନେଇ ଅଧିକ ଛାନଭିନ୍ ଜାରୀ ରହିଛି ।

Leave A Reply

Your email address will not be published.