ଉତ୍ତରାଖଣ୍ଡର ଚମୋଲି ଦୁର୍ଘଟଣା ପୀଡିତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

168

ନୂଆଦିଲ୍ଲୀ:  ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡ ଚମୋଲିରେ ଘଟିଥିବା ହିମସ୍ରୋତ ଜନିତ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିବା ଲାଗି ଘୋଷଣା କରିଛନ୍ତି ।

ଏଥିସହିତ ସେ ଗୁରୁତର ଆହତଙ୍କୁ ୫୦ ହଜାର ଟଙ୍କା ପ୍ରଦାନ ପାଇଁ ମଧ୍ୟ ଘୋଷଣା କରିଛନ୍ତି 

ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଟ୍ଵିଟ କରାଯାଇଛି ଯେ, “ଉତ୍ତରାଖଣ୍ଡର ଚମୋଲିରେ ଘଟିଥିବା ହିମସ୍ରୋତ ଯୋଗୁଁ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନ୍ଆରଏଫ୍ ରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଅନୁମୋଦନ କରିଛନ୍ତି । ସେହିଭଳି ଗୁରୁତର ଭାବେ ଆହତ ହୋଇଥିବା ପ୍ରତ୍ୟେକଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ” । 

Leave A Reply

Your email address will not be published.