କରୋନାରେ ଦେଶରେ ଗତ ୨୪ ଘଂଟାରେ ୧୧,୦୬୭ ନୂଆ ମାମଲା
ନୂଆଦିଲ୍ଲୀ: ଦେଶରେ ଗତ ୨୪ଘଂଟା ମଧ୍ୟରେ ୧୧,୦୬୭ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୯୪ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୮,୫୮,୩୭୧ ପହଂଚିଛି ।
ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧,୪୧,୫୧୧ ଥିବା ବେଳେ ବର୍ତମାନ ସୁଦ୍ଧା ୧,୫୫,୨୫୨ ଜଣ ମୃତ୍ୟୁ ବରଣ କରିଛନ୍ତି ।
ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୭,୩୬,୯୦୩ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୨୦,୩୩,୨୪,୬୫୫ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା