ଅଫିଟି ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ: ୧୦ ବଖରା ଜଳିଗଲା

129

ପୁରୀ: ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଅଫିଟି ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗି ୧୦ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି । ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କା ମୂଲ୍ୟର ଆସବାବପତ୍ର ଜଳିପୋଡ଼ି ଛାରଖାର୍ ହୋଇଯାଇଛି । ତେବେ ନିଆଁ ଲାଗିବାର କାରଣ ଅଦ୍ୟାବଧି ସ୍ପଷ୍ଟ ହୋଇନାହିଁ । ବିପନ୍ନ ପରିବାର ଗୁଡିକ ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ତୁରନ୍ତ ସେମାନଙ୍କୁ ସରକାରୀ ସହାୟତା ଯୋଗାଇଦେବାକୁ ସାଧାରଣରେ ଦାବି ହେଉଛି ।

Leave A Reply

Your email address will not be published.