ମୁଖ୍ୟମନ୍ତ୍ରୀଙ୍କ ସୁନ୍ଦରଗଡ ଗସ୍ତ ରାଉରକେଲାରେ ଆନ୍ତର୍ଜାତିକ ମାନର ହକି ଷ୍ଟାଡିଅମର ଶିଳାନ୍ୟାସ

144
-ଷ୍ଟାଡିଅମକୁ ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ନାମରେ ନାମିତ କଲେ ମୁଖ୍ୟମନ୍ତ୍ରୀ
-୨୦ ବର୍ଷ ତଳେ ରାଜ୍ୟର ଯୋଜନା ବଜେଟ ୨୮୦୦ କୋଟି ଥିବାବେଳେ ଆଜି କେବଳ ସୁନ୍ଦରଗଡ ଜିଲ୍ଲା ପାଇଁ ୫୦୦୦ ହଜାର କୋଟି ଟଙ୍କାର ପ୍ରକଳ୍ପ
-ହୋ ଓ ମୁଣ୍ଡାରି ଭାଷାକୁ ସମ୍ବିଧାନର ଅଷ୍ଟମ ପରିଚ୍ଛେଦରେ ସ୍ଥାନିତ କରିବା ପାଇଁ ଉଦ୍ୟମ ଜାରି ରହିବ
 ରାଉରକେଲା: ଶ୍ରୀପଂଚମୀର ପବିତ୍ର ତିଥିରେ ୨୦୨୩ ପୁରୁଷ ବିଶ୍ୱକପ୍ ହକି ପାଇଁ ପ୍ରସ୍ତୁତିର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ଆଜି ଦିନିକିଆ ସୁନ୍ଦରଗଡ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ଜିଲ୍ଲା ପାଇଁ ପାଂଚ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ରାଉରକେଲା ଠାରେ ୨୦୨୩ପୁରୁଷ ବିଶ୍ୱକପ୍ ହକି ଆୟୋଜନକୁ ଦୃଷ୍ଟିରେ ରଖି ଆଜି ମୁଖ୍ୟମନ୍ତ୍ରୀ ସେଠାରେ ଆନ୍ତର୍ଜାତୀୟ ମାନର ଷ୍ଟାଡିଅମର ଶିଳାନ୍ୟାସ କରିଛନ୍ତି । ଏହି ନୂତନ ଷ୍ଟାଡିଅମ ବିଶିଷ୍ଟ ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ନାମରେ ନାମିତ କରାଗଲା ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଏହି ଗ୍ଦଗ୍ଧବୟସଙ୍କଜ୍ଞ ଦେଶର ସବୁଠାରୁ ବଡ଼ ହକି ଗ୍ଦଗ୍ଧବୟସଙ୍କଜ୍ଞ ହେବ ।ଏହି ଷ୍ଟାଡିଅମ ଯୁବ ସମାଜ ମଧ୍ୟରେ ପ୍ରେରଣା ସୃଷ୍ଟି କରିବା ସହିତ ବଡ ବଡ ସ୍ୱପ୍ନ ଦେଖିବା ଓ ବଡ ବଡ କାମ କରିବା ପାଇଁ ଉତ୍ସାହ ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ରାଉରକେଲା ସହିତ ବିଜୁବାବୁଙ୍କର ସଂପର୍କ ବିଷୟ ସ୍ମରଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଉରକେଲାର ଷ୍ଟିଲ ପ୍ଲାଣ୍ଟ ଠାରୁ ଆରମ୍ଭ କରି ଘଓଞ ପର୍ଯ୍ୟନ୍ତ ସବୁଥିରେ ବିଜୁବାବୁଙ୍କ ସ୍ମୃତି ଭରି ରହିଛି । ରାଉରକେଲାକୁ ଆଶାର ସହର –ଉସଗ୍ଧଚ୍ଚ କ୍ଟଲ ଐକ୍ଟକ୍ଟ୍ରରଗ୍ଦ ଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କେବଳ ଓଡିଶା ନୁହେଁ, ଆଖପାଖ ରାଜ୍ୟର ଲୋକମାନେ ମଧ୍ୟ ଜୀବିକା ପାଇଁ ରାଉରକେଲାକୁ ଆସିଥାନ୍ତି ।
ସୁନ୍ଦରଗଡ ଜିଲ୍ଲାର ମିଶନ ଶକ୍ତିର ମା ମାନଙ୍କୁ ସେମାନଙ୍କର ବିକାଶ କାମରେ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇବା ସହ ବାଲିଶଂକରାର ଜୟନ୍ତୀ ଏକ୍କା କିପରେ ଭୁବନେଶ୍ୱରର ମେକ୍‌-ଇନ୍‌-ଓଡିଶା କନ୍‌କ୍ଲେଭରେ ତାଙ୍କର ଉଦ୍‌ଯୋଗ ପାଇଁ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ, ସେ ବିଷୟ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ, ଜୟନ୍ତୀଙ୍କ ନେତୃତ୍ୱର ଉଚ୍ଚପ୍ରଶଂସା କରିଥିଲେ ।
ଜନଜାତିର ପିଲାମାନଙ୍କ ଶିକ୍ଷା ସୁବିଧା ସହିତ ଜନଜାତି ସଂସ୍କୃତିର ସୁରକ୍ଷା ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିବା ସହ ମୁଣ୍ଡାରି ଓ ହୋ ଭାଷାକୁ ସମ୍ବିଧାନର ଅଷ୍ଟମ ପରିଚ୍ଛେଦରେ ଅନ୍ତର୍ଭୁକ୍ତ କରିବା ପାଇଁ କେନ୍ଦ୍ର ସରକାରଙ୍କ ନିକଟରେ ପୁଣି ଥରେ ଦାବୀ ଜଣାଇଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୦୦ ମସିହାରେ ରାଜ୍ୟର ଯୋଜନା ବଜେଟ ମାତ୍ର ୨୮୦୦ କୋଟି ଥିବାବେଳେ, ଆଜି କେବଳ ସୁନ୍ଦରଗଡ ଜିଲ୍ଲା ପାଇଁ ପାଞ୍ଚ ହଜାର କୋଟି ଟଙ୍କାର ପ୍ରକଳ୍ପ ଆରମ୍ଭ କରାଯାଇଛି । ଏହାକୁ ମୁଖ୍ୟମନ୍ତ୍ରୀ ରୂପାନ୍ତରର ନମୂନା ତଥା ବିକାଶର ନମୂନା ଭାବରେ ବର୍ଣ୍ଣନା କରିବା ସହିତ ବିକାଶର ଏହି ଧାରାକୁ ଜାରି ରଖିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।ଏହି କାର୍ଯ୍ୟ କ୍ରମରେ ବହୁ ମନ୍ତ୍ରୀ ସାସଦ ବିଧାୟକ ଯୋଗ ଦେଇଥିଲେ । ବିଶିଷ୍ଟ ହକି ତାରକା ଶ୍ରୀ ଦିଲ୍ଲୀପ ତୀର୍କୀ ଧନ୍ୟବାଦ ଦେଇଥିଲେ ।
Leave A Reply

Your email address will not be published.