ସୌମେନ୍ଦ୍ର ପ୍ରିୟଦର୍ଶୀ ନୂଆ ପୋଲିସ କମିସନର

132

ଭୁବନେଶ୍ୱର:ବଦଳିଲେ କଟକ-ଭୁବନେଶ୍ୱର ପୋଲିସ କମିସନର ଡକ୍ଟର ସୁଧାଂଶୁ ଷଡଙ୍ଗୀ । ତାଙ୍କ ସ୍ଥାନରେ ୧୯୯୫ ବ୍ୟାଚ୍ର ବରିଷ୍ଠ ଆଇପିଏସ୍ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀ ହେଲେ ନୂଆ ପୋଲିସ କମିଶନର । ସୌମେନ୍ଦ୍ର ପ୍ରିୟଦର୍ଶୀ ଏବେ କ୍ରାଇମବ୍ରାଞ୍ଚ ଏଡିଜି ଅଛନ୍ତି । ଏନେଇ ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟ ସରକାର ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକ୍ରମେ ଭୁବନେଶ୍ୱର-କଟକ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କୁ ତାଙ୍କ ପଦରୁ ହଟାଇ ଦେଇଛନ୍ତି । ରାଜଧାନୀ ଭୁବନେଶ୍ୱରରେ ବୃଦ୍ଧି ପାଉଥିବା ଅପରାଧ ଓ ଗୋଟିଏ ପ୍ରଭାବଶାଳୀ ଗୋଷ୍ଠୀର ଚାପରେ ଶ୍ରୀ ଷଡ଼ଙ୍ଗୀଙ୍କୁ ପୋଲିସ କମିଶନର ପଦବୀରୁ ବିଦା ହେବାକୁ ପଡ଼ିଛି । ୧୯୯୦ ବ୍ୟାଚ୍ ଆଇପିଏସ୍ ସୁଧାଂଶୁ ଷଡ଼ଙ୍ଗୀଙ୍କୁ ପୋଲିସ କମିଶନର ପଦବୀରୁ ହଟାଇ ପୋଲିସ ହାଉସିଂ ବୋର୍ଡ ସିଏମ୍ଡି ଭାବେ ନିଯୁକ୍ତି ଦିଆଯାଇଛି । ଶ୍ରୀ ଷଡ଼ଙ୍ଗୀଙ୍କ ସ୍ଥାନରେ ୧୯୯୫ ବ୍ୟାଚ୍ ଆଇପିଏସ୍ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଭୁବନେଶ୍ୱର-କଟକ ପୋଲିସ କମିଶନର ଭାବେ ଅବସ୍ଥାପିତ କରାଯାଇଛି । ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୧୯୮୮ ବ୍ୟାଚ୍ ଆଇପିଏସ୍ ଏମ.ଅକ୍ଷୟଙ୍କୁ ଅଗ୍ନିଶମ ଓ ହୋମଗାର୍ଡ ଡିଜି ଭାବେ ବଦଳି କରାଯାଇଛି । ସେ କେନ୍ଦ୍ରୀୟ ଡେପୁଟେସନ୍ରୁ ଫେରି ପୋଲିସ ହାଉସିଂବୋର୍ଡ ସିଏମ୍ଡି ଭାବେ କାର୍ଯ୍ୟ କରୁଥିଲେ । ସତ୍ୟଜିତ ମହାନ୍ତି ଅବସର ନେଇ ଓଡ଼ିଶା ଲୋକସେବା ଆୟୋଗ ଅଧ୍ୟକ୍ଷ ହେବା ପରେ ଅଗ୍ନିଶମ ଡିଜି ପଦ ଖାଲି ପଡ଼ିଥିଲା ।

Leave A Reply

Your email address will not be published.