ରାତି ୧୦ରେ ଉଠିବ ଶ୍ରୀଲିଙ୍ଗରାଜଙ୍କ ମହାଦୀପ : ନିୟମ ମାନି ଦୀପ ଜାଳି ପାରିବେ ଭକ୍ତ

133

ଭୁବନେଶ୍ୱର: ଭୁବନେଶ୍ୱରର ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପୀଠରେ ଜାଗରରେ ଭକ୍ତ ଜାଳିପାରିବେ ଦୀପ । କୋଭିଡ୍ ଗାଇଲାଇନ୍ ମାନି ମନ୍ଦିର ବେଢ଼ା ଭିତରେ ଭକ୍ତ ମାନେ ଦୀପ ଜାଳିପାରିବେ ବୋଲି ଖୋର୍ଦ୍ଧା ଜିଲ୍ଲାପାଳ ସନତ୍ କୁମାର ମହାନ୍ତି ସୂଚନା ଦେଇଛନ୍ତି । ଅପରପକ୍ଷରେ ବୁଧବାର ସକାଳୁ ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ଥିବା ବେଳେ ପ୍ରଶାସନ ଓ ସେବାୟତଙ୍କ ଆଲୋଚନା ପରେ ସ୍ଥିତି ସ୍ୱାଭାବିକ ହୋଇଛି । ଆସନ୍ତାକାଲି ପ୍ରଭୂରଙ୍କର ଜାଗର ନୀତି ଯଥା ବିଧି ହେବ ବୋଲି କହିଛନ୍ତି ବ୍ରାହ୍ମଣ ନିଯୋଗ ସଂପାଦକ ବିରଂଚି ପତି । ସୂଚନାଯୋଗ୍ୟ ଯେ, ବୁଧବାର ଦିନ କପିଳନାଥ ସେବାୟତ ଓ ଶ୍ରୀଲିଙ୍ଗରାଜଙ୍କ ସେବାୟତଙ୍କ ଭିତରେ ଲାଗି ରହିଥିବା ବିବାଦକୁ ନେଇ ନୀତିକାନ୍ତି ବନ୍ଦ ରହିଥିଲା । ପରେ ସେବାୟତ, ଜିଲ୍ଲାପାଳ ଓ ଦେବୋତର କମିଶନଙ୍କ ମିଟିଂ ପରେ ନୀତି ଆରମ୍ଭ ହୋଇଛି । ଏନେଇ ବ୍ରାହ୍ମଣ ନିଯୋଗ ସଂପାଦକ ବିରଞ୍ôଚ ପତି କହିଛନ୍ତି, ଆସନ୍ତାକାଲି ଠିକ୍ ସମୟରେ ଜାଗର ମହାଦୀପ ଉଠିବ । ଲିଙ୍ଗରାଜ ମନ୍ଦିରରେ ଦୀର୍ଘ ଦିନ ଧରି ବନ୍ଦ ଥିବା ହାଣ୍ଡିଭଂଗା ଯାତ୍ରା ସୁରୁଖୁରୁରେ ହେବ ।

ସେଥିପାଇଁ ୧୦ରୁ ୧୫ ଦିନ ସମୟ ମାଗିଛନ୍ତି ଦେବୋତର କମିଶନ । ହାଇକୋର୍ଟ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରାଯିବ । ଆସନ୍ତା କାଲି ମନ୍ଦିର ପରିସରରେ କୋଭିଡ଼ କଟକଣା ମାନି ଦୀପ ଜାଳିପାରିବେ ଭକ୍ତ । ପୂର୍ବ ନିଷ୍ପତ୍ତି ଅନୁଯାୟୀ ଧାଡ଼ିରେ ଦର୍ଶନ କରିହେବ । ସେହିପରି ଜାଗର ଲାଗି ଲିଙ୍ଗରାଜଙ୍କ ନୀତିକାନ୍ତି ନିର୍ଘଣ୍ଟ ହୋଇଛି । ଗୁରୁବାର ପ୍ରାତଃ ୩ଟାରୁ ୩ଟା ୩୦: ମଙ୍ଗଳ ଆଳତି ଓ ଅବକାଶ ନୀତି ସମ୍ପାଦନ ହେବ । ଭୋର ୩ଟା ୩୦ରୁ ଦିବା ୧୧ଟା ଯାଏ ସାହାଣମେଲା ଦର୍ଶନ କରିବେ ଭକ୍ତ । ସକାଳ ୬ଟା ୩୦ରେ ରୋଷ ହୋମ । ଦିନ ୧୧ଟାରୁ ୧୨ଟା ଛାମୁ ପରିଷ୍କାର, ଦିନ ୧୨ଟାରୁ ମଧ୍ୟାହ୍ନ ୧୨ଟା ୪୫ ଯାଏ ମହାସ୍ନାନ ଓ ବେଶ ଅନୁଷ୍ଠିତ ହେବ ।

ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା, ଶ୍ରୀଜୀଉଙ୍କ ଓ ଠାକୁରାଣୀ ବଲ୍ଲଭ ଏବଂ ଶ୍ରୀଜୀଉଙ୍କ ସକାଳ ଧୂପ ନୀତି ମଧ୍ୟାହ୍ନ ୧୨ଟା ୪୫ରୁ ୨ଟା ୩୦ ଯାଏ । ଶ୍ରୀଭୁବନେଶ୍ୱରୀଙ୍କ ସକାଳ ଧୂପ ମଧ୍ୟାହ୍ନ ୨ଟା ୩୦ରୁ ୨ଟା ୪୫ ମଧ୍ୟରେ ସମ୍ପନ୍ନ ହେବ । ଭୋଗମଣ୍ଡପ ନୀତି ୨ଟା ୪୫ରୁ ୩ଟା ୪୫ ମଧ୍ୟରେ, ସାହାଣମେଲା ଦର୍ଶନ ଅପରାହ୍ଣ ୩ଟା ୪୫ରୁ ୪ଟା ୪୫ ଯାଏ କରି ହେବ । ଛାମୁ ପରିଷ୍କାର ଅପରାହ୍ଣ ୪ଟା ୪୫ରୁ ୫ଟା ୧୫ ଯାଏ, ଶ୍ରୀଜୀଉଙ୍କ ପହୁଡ଼ ସନ୍ଧ୍ୟା ୭ଟାରୁ ୭ଟା ୧୦ ଯାଏ, ଶ୍ରୀଜୀଉଙ୍କ ସନ୍ଧ୍ୟା ଆଳତି ଓ ଟେରାଫିଟା ନୀତି ସନ୍ଧ୍ୟା ୭ଟା ୧୦ରୁ ୭ଟା ୩୦ ଯାଏ, ଶ୍ରୀଜୀଉଙ୍କ ଯାତ୍ରା ପୂଜା ଓ ବେଢ଼ା ୮ଟା ୧୦ରୁ ୮ଟା ୫୫ ଯାଏ ହେବ । ମହାଦୀପ ଦର୍ଶନ ରାତି ୧୦ଟାରେ ହେବ । ତା’ପରେ ସାହାଣମେଲା ଦର୍ଶନ ରାତ୍ର ୧୦ଟାରୁ ୧୧ଟା ଯାଏ, ଚାରି ପ୍ରହର ପୂଜା ରାତ୍ର ୧୧ଟା ୩୦ରୁ ୩ଟା ୩୦ ଯାଏ, ହରିହର ଭେଟ ଭୋର ୩ଟା ୩୦ରୁ ୪ଟା ୩୦ ଯାଏ ଚାଲିବ । ଭୋର୍ ୪ଟା ୩୦ରୁ ସକାଳ ୫ଟା ୧୫ ଯାଏ ବଡ଼ ସିଂହାର ଓ ପହୁଡ଼ ନୀତିକାନ୍ତି ହେବ ।

Leave A Reply

Your email address will not be published.