କରୋନାରେ ଦେଶରେ ଗତ ୨୪ ଘଂଟାରେ ୨୩,୨୮୫ ନୂଆ ମାମଲା
ନୂଆଦିଲ୍ଲୀ: ଦେଶରେ ଗତ ୨୪ଘଂଟା ମଧ୍ୟରେ ୨୩,୨୮୫ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୧୧୭ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୧୩,୦୮,୮୪୬ ପହଂଚିଛି ।
ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧,୯୭,୨୩୭ ଥିବା ବେଳେ ବର୍ତମାନ ସୁଦ୍ଧା ୧,୫୮,୩୦୬ ଜଣ ମୃତ୍ୟୁ ବରଣ କରିଛନ୍ତି ।
ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୭,୭୮,୪୧୬ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୨୨,୪୨,୫୮,୨୯୩ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା