ଏମକେସିଜିରେ ଖୋଲିବ ଗ୍ୟାଷ୍ଟ୍ରୋଂଟେରୋଲୋଜି

186

-୧୯ଟି ପଦବୀ କୁ ମଞ୍ଜୁର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ବ୍ରହ୍ଣପୁରର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜ ଓ ହସ୍‌ପିଟାଲରେ ଗ୍ୟାଷ୍ଟ୍ରୋଂଟେରୋଲୋଜି ବିଭାଗ ଖୋଲିବାକୁ ଯାଉଛି । ଏଥିପାଇଁ ମୁଖ୍ୟମନ୍ତ୍ରୀ ଉଭୟ ସର୍ଜିକାଲ ଓ ମେଡିକାଲ ଗ୍ୟାଷ୍ଟ୍ରୋଂଟେରୋଲୋଜି ପାଇଁ ୧୯ଟି ଶୈକ୍ଷିକ ଓ ଅଣଶୈକ୍ଷିକ ପଦବୀକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି ।

ଏମକେସିଜି ମେଡିକାଲ କଲେଜରେ ଉପରୋକ୍ତ ଦୁଇ ସୁପର ସ୍ପେଶାଲିଟି ବିଭାଗ ଖୋଲିବା ଫଳରେ ସମଗ୍ର ଦକ୍ଷିଣ ଓଡିଶାର ଜନସାଧାରଣ ବିଶେଷ ଭାବରେ ଉପକାର ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବର୍ତମାନ ବ୍ରହ୍ମପୁରରେ ଏହି ଅତ୍ୟାଧୁନିକ ସୁପର ସ୍ପେଶାଲିଟି ଚିକିତ୍ସା ସୁବିଧା ଉପଲବ୍‌ଧ ହେବା ଦ୍ୱାରା ଦକ୍ଷିଣ ଓଡିଶାର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଆଉ ଏକ ନୂଆ ଯୁଗର ଆରମ୍ଭ ହୋଇଛି ।

ଏମକେସିଜି ମେଡିକାଲ କଲେଜ, ବ୍ରହ୍ମପୁର ରାଜ୍ୟର ବିଶେଷକରି ଦକ୍ଷିଣ ଓଡିଶାର ଅଗ୍ରଣୀ ଚିକିତ୍ସା ପ୍ରତିଷ୍ଠାନ ଭାବରେ ସୁପରିଚିତ । ଦକ୍ଷିଣ ଓଡିଶାର ଜନସାଧାରଣଙ୍କୁ ଗୁଣାତ୍ମକ ଚିକିତ୍ସା ସେବା ଯୋଗାଇବା କ୍ଷେତ୍ରରେ ଏହା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି । ବର୍ତମାନ ଏହି ସୁପର ସ୍ପେଶାଲିଟି ବିଭାଗ ଖୋଲିବା ଦ୍ୱାରା ଜନସାଧାରଣଙ୍କ ଅସୁବିଧା ଦୂର ହେବ ।

Leave A Reply

Your email address will not be published.