ଏପ୍ରିଲ ୩ ଯାଏଁ ଗ୍ରଷ୍ମ ଲହରୀ , ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

139

ଭୁବନେଶ୍ୱର: ପଶ୍ଚିମ ଦିଗରୁ ଓଡିଶା ମଧ୍ୟକୁ ଶୁଷ୍କ ବାୟୁ ତଥା ସ୍ଥାନୀୟ ଗରମ ପ୍ରଭାବରୁ ଉତର ଆଭୟନ୍ତରୀଣ ଓଡିଶାର ସମସ୍ତ ଜିଲ୍ଲା, ସଂଲଗ୍ନ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାର କିଛିଜିଲ୍ଲା ତଥା କିଛି ଉପକୂଳବର୍ତୀ ଜିଲ୍ଲା ଗୁଡିକରେ ଆଗାମୀ ୩ ଦିନ ଯାଏଁ ପ୍ରବଳ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବ । ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତା ୪୮ ଘଂଟା ମଧ୍ୟରେ ଦିନର ତାପମାତ୍ରା ୨ ରୁ ୩ ଡିଗ୍ରୀ ବୃଦ୍ଧି ପାଇପାରେ ।

ଏ ନେଇ ପାଣିପାଗ ବିଭାଗ ଏପ୍ରିଲ୍ ୨ ତାରିଖ ଯାଏ ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଏହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ବରଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ।
ତେବେ ୩ ତାରିଖରୁ ପାଗରେ ସାମାନ୍ୟ ପରିବର୍ତନ ଆସିପାରେ ।

ଏପ୍ରିଲ୍ ୩ରୁ ୪ ତାରିଖ ଭିତରେ ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ବିଶେଷକରି ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ପୁରୀ, ଜଗତସିଂହପୁର ଓ କୋରାପୁଟରେ ଘଡ଼ଘଡ଼ି ଏବଂ ବିଜୁଳି ସହ ପବନର ଘଂଟାପ୍ରତି ୩୦ରୁ ୪୦ କିମି ବେଗରେ ବୋହିବାର ସମ୍ଭାବନା ରହିଛି ।

ଅପରପକ୍ଷରେ ସ୍ୱତନ୍ତ୍ର ରିଲିଫ୍ କମିଶନର ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । ବିଶେଷ କରି ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବାକୁ ନିର୍ଦ୍ଦେଶରେ କୁହାଯାଇଛି ।

Leave A Reply

Your email address will not be published.