କରୋନାରେ ଦେଶରେ ଗତ ୨୪ ଘଂଟାରେ ୩,୪୯,୬୯୧ ନୂଆ ମାମଲା

158

ନୂଆଦିଲ୍ଲୀ : ଦେଶରେ ଗତ୨୪ଘଂଟା ମଧ୍ୟରେ ୩,୪୯,୬୯୧ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୨,୭୬୭ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୬୯,୬୦,୧୭୨ ପହଂଚିଛି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୬,୮୨,୭୫୧ ଥିବା ବେଳେ ବର୍ତମାନ ସୁଦ୍ଧା ୧,୯୨,୩୧୧ ଜଣ ମୃତ୍ୟୁବରଣ କରିଛନ୍ତି।

ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୭,୧୯,୫୮୮ ନମୂନାର ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୨୭,୭୯,୧୮,୮୧୦ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା

Leave A Reply

Your email address will not be published.