ରାଜ୍ୟରେ ଗୋଟିଏ ଦିନରେ ୧୧୮୦୭ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୨୪୨୦୭

158

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୧୮୦୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୨୪୨୦୭ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୪୩୧୬୫୮ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୯୦୩୩୫ ରହିଛି ।

ଆଜି ଚିହ୍ନଟ ହୋଇଥିବା ୧୧୮୦୭ ଜଣଙ୍କ ମଧ୍ୟରୁ ୬୬୧୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୫୧୯୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରାଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୧୯୨୨ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫୬୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୬୦ ଜଣ, ବରଗଡ଼ରୁ ୪୨୮ ଜଣ, ଭଦ୍ରକରୁ ୮୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୪୩୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ବୌଦ୍ଧ ଜିଲ୍ଲାରୁ ୧୭୮, କଟକରୁ ୧୦୫୨ ଜଣ, ଦେବଗଡ ଜିଲ୍ଲାରୁ ୧୧୫ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୭୭ ଜଣ, ଗଜପତି ଜିଲ୍ଲାରୁ ୧୦୫, ଗଞ୍ଜାମରୁ ୩୪୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୩୪ ଜଣ, ଯାଜପୁରରୁ ୩୦୨ ଜଣ, ଝାରସୁଗୁଡ଼ାରୁ ୪୨୧ ଜଣ, କଳାହାଣ୍ଡିରୁ ୩୦୨ ଜଣ, କନ୍ଧମାଳ ଜିଲ୍ଲାରୁ ୯୨ ଜଣ. କେନ୍ଦ୍ରାପଡ଼ାରୁ ୧୪୫ ଜଣ, କେନ୍ଦୁଝରରୁ ୨୩୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୧୫୧୦ ଜଣ, କୋରାପୁଟରୁ ୧୨୨ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୭୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୭୫ ଜଣ, ନବରଙ୍ଗପୁରରୁ ୪୧୯ ଜଣ, ନୟାଗଡ଼ରୁ ୨୦୪ ଜଣ, ନୂଆପଡ଼ାରୁ ୨୮୬ ଜଣ, ପୁରୀରୁ ୪୫୪ ଜଣ, ରାୟଗଡ଼ାରୁ ୧୩୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୫୩୩ ଜଣ, ସୋନପୁରରୁ ୨୧୦ ଜଣ, ସୁନ୍ଦରଗଡ଼ରୁ ୧୯୨୨ ଜଣ ଓ ଷ୍ଟେଟ୍ ପୁଲରୁ ୩୦୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.