କରୋନାରେ ଦେଶରେ ଗତ ୨୪ ଘଂଟାରେ ୪,୦୧,୦୭୮ ନୂଆ ମାମଲା

181

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୪,୦୧,୦୭୮ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୪,୧୮୭ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୩୪,୦୮୩ ପହଂଚିଛି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୭,୨୩,୪୪୬ ଥିବା ବେଳେ ବର୍ତମାନ ସୁଦ୍ଧା ୨,୩୮,୨୭୦ ଜଣ ମୃତ୍ୟୁ ବରଣ କରିଛନ୍ତି ।

ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୮,୦୮,୩୪୪ ନମୂନାର ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୩୦,୦୪,୧୦,୩୪୪ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆଯାଇଛିା

Leave A Reply

Your email address will not be published.