ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୦୩୨୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୩୩୩୦୨ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୫୨୬୩୫୩ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୧୦୪୫୩୯ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୦୩୨୧ ଜଣଙ୍କ ମଧ୍ୟରୁ ୫୭୭୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୪୫୪୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୧୫୬୬ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪୭୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୬୯ ଜଣ, ବରଗଡ଼ରୁ ୩୨୦ ଜଣ, ଭଦ୍ରକରୁ ୩୫୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୨୯୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ବୌଦ୍ଧ ଜିଲ୍ଲାରୁ ୨୫୦, କଟକରୁ ୭୩୧ ଜଣ, ଦେବଗଡ ଜିଲ୍ଲାରୁ ୧୧୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୭୭ ଜଣ, ଗଜପତି ଜିଲ୍ଲାରୁ ୫୬, ଗଞ୍ଜାମରୁ ୨୦୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୫୯ ଜଣ, ଯାଜପୁରରୁ ୩୩୦ ଜଣ, ଝାରସୁଗୁଡ଼ାରୁ ୩୧୨ ଜଣ, କଳାହାଣ୍ଡିରୁ ୫୯୯ ଜଣ, କନ୍ଧମାଳ ଜିଲ୍ଲାରୁ ୫୪ ଜଣ. କେନ୍ଦ୍ରାପଡ଼ାରୁ ୧୬୨ ଜଣ, କେନ୍ଦୁଝରରୁ ୨୦୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୯୦୯ ଜଣ, କୋରାପୁଟରୁ ୨୮୨ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୭୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୪୫୮ ଜଣ, ନବରଙ୍ଗପୁରରୁ ୩୩୪ ଜଣ, ନୟାଗଡ଼ରୁ ୨୭୩ ଜଣ, ନୂଆପଡ଼ାରୁ ୧୪୫ ଜଣ, ପୁରୀରୁ ୪୭୨ ଜଣ, ରାୟଗଡ଼ାରୁ ୧୬୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୪୦୫ ଜଣ, ସୋନପୁରରୁ ୭୩ ଜଣ, ସୁନ୍ଦରଗଡ଼ରୁ ୮୧୯ ଜଣ ଓ ଷ୍ଟେଟ୍ ପୁଲରୁ ୨୪୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।