ଯାଜପୁରରେ ସ୍ୱତନ୍ତ୍ର କୋଭିଡ଼ ହସ୍ପିଟାଲକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

174

ଭୁବନେଶ୍ୱର : କୋଭିଡ଼ ରୋଗୀଙ୍କ ଚିକିତ୍ସା ପାଇଁ ଯାଜପୁର ରେ ଘରୋଇ ସହାୟତାରେ ଏକ ସ୍ୱତନ୍ତ୍ର କୋଭିଡ଼ ହସ୍ପିଟାଲ ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମତି ପ୍ରଦାନ କରିଛନ୍ତି ।

ଏହା ଫଳରେ ଯାଜପୁର ତଥା ଆଖ ପାଖ ଜିଲ୍ଲାର ଗୁରୁତର କୋଭିଡ଼ ରୋଗୀ ମାନଙ୍କୁ ଚିକିତ୍ସା ପାଇଁ ଆଉ କଟକ ଭୁବନେଶ୍ୱର ଯିବାକୁ ପଡିବ ନାହିଁ । ଯାଜପୁର ର ଭୂମିକା ମଲ୍ଟି ସ୍ପେଶାଲିଟି ହସ୍ପିଟାଲ ସରକାରୀ କୋଭିଡ଼ ହସ୍ପିଟାଲ ଭାବରେ କାମ କରିବ ଏବଂ ରୋଗୀ ମାନେ ସେଠାରେ ସମ୍ପୂର୍ଣ୍ଣ ମାଗଣାରେ କୋଭିଡ଼ ଚିକିତ୍ସା ସୁବିଧା ପାଇ ପାରିବେ । ଚିକିତ୍ସାର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ । ଏହି ହସ୍ପିଟାଲରେ ୧୫୦ଟି ଅକ୍ସିଜେନ ସଯୁକ୍ତ ବେଡ଼୍ ସହିତ ୫୦ଟି ଆଇସିୟୁ ବେଡ଼୍ ମଧ୍ୟ ରହିବ । ଯାଜପୁରର ଭୂମିକା ମଲ୍ଟି ସ୍ପେଶାଲିଟି ହସ୍ପିଟାଲ ସରକାରୀ କୋଭିଡ୍ ହସ୍ପିଟାଲ ଭାବରେ କାମ କରିବ ।

Leave A Reply

Your email address will not be published.