ଗାଁ ହେବ ସଶକ୍ତ ଓଡ଼ିଶାର ପ୍ରତିଛବି : ମୁଖ୍ୟମନ୍ତ୍ରୀଦ୍ଭ ପ୍ରତି ପଞ୍ଚାୟତକୁ ମିଳିବ ୫୦ ଲକ୍ଷ ଟଙ୍କାଦ୍ଭ ସାରା ରାଜ୍ୟରେ ଖର୍ଚ୍ଚ ହେବ ୩୩୯୭ କୋଟି ଟଙ୍କାଭୁବନେଶ୍ୱର,୧୦ା୧୦(ଡିକେ ନୁ୍ୟଜ): ପ୍ରତିଗାଁ ହେବ ସଶକ୍ତ ଓଡ଼ିଶାର ଛବି । ‘ଆମଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମର ଆଭାସୀମାଧ୍ୟମରେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀନବୀନ ପଟ୍ଟନାୟକ । ଆଜି ଭୁବନେଶ୍ୱରରୁଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନପଟ୍ଟନାୟକ ପ୍ରଥମ ଦିନରେ କେନ୍ଦୁଝର ଓଭଦ୍ରକ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭକରିଛନ୍ତି । ସାରା ରାଜ୍ୟରେ ଆମ ଓଡିଶାନବୀନ ଓଡିଶା କାର୍ଯ୍ୟକ୍ରମ ପାଇଁ ୩୩୯୭କୋଟି ଟଙ୍କା ଖର୍ଚ୍ଚ ହେବ । ସାମିଲ ହେବେରାଜ୍ୟର ୬୭୯୪ଟି ପଞ୍ଚାୟତ । ସାରାରାଜ୍ୟରେ କାର୍ଯ୍ୟକାରୀ ହେବ ୯୦୭୨୩ଟିପ୍ରକଳ୍ପ । ପ୍ରତି ଗାଁ ପାଇବେ ୧୦ ଲକ୍ଷ ଟଙ୍କା ।ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥସଂସ୍କୃତି, ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିରବିକାଶ କରାଯିବ । ଏକ ଆକାଂକ୍ଷୀ ଓଡିଶାଗଠନ ପାଇଁ ଏହା ହେବ ମୂଳ ଭିତ୍ତି । ଆମରସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍ବଳୟକୁଛୁଇଁବା ନିମନ୍ତେ ନୂଆ ଓଡିଶା ତାର ଡେଣାକୁପ୍ରସାରିତ କରିବ ଏବଂ ଗଢିବ ଆମ ଓଡିଶାନବୀନ ଓଡିଶା । ଏହି ଅବସରରେଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନପଟ୍ଟନାୟକ କହିଥିଲେ ଯେ ଓଡିଶା ହେଉଛିଜଗନ୍ନାଥଙ୍କ ଭୂମି । ବିଶ୍ୱ ପ୍ରେମ, ଶାନ୍ତି,ସଦ୍ଭାବ, ସମାନତା ଓ ସେବା ହେଉଛିଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ,ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁନିଜର କରିପାରିଛି । ଆମ ଓଡିଶା ନବୀନଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ
ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ ।ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ । ଐତିହ୍ୟସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ । ଆମରଭବିଷ୍ୟତ ବଂଶଧରମାନଙ୍କ ନିମନ୍ତେଏସବୁସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀକହିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗାଁ ରେଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାରଅନ୍ୟତମ ଲକ୍ଷ୍ୟ । ଗାଁ ରେ ଇଣ୍ଟରନେଟ୍ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ ।ଦକ୍ଷତା ବିକାଶ କେନ୍ଦ୍ର ହେବ । ୱାର୍କସ ହବ୍ହେବ । ବ୍ୟାଙ୍କିଂ ସୁବିଧା ମିଳିବ । ଏହିକାର୍ଯ୍ୟକ୍ରମରେ ଗାଁର ପ୍ରାଥମିକ ସ୍କୁଲଗୁଡିକୁ ମଧ୍ୟସାମିଲ ହେବ । ଏହା ଆମର ଯୁବ ସମାଜପାଇଁ, ମା’ମାନଙ୍କ ପାଇଁ, ·ଷୀ ଭାଇଭଉଣୀମାନଙ୍କ ପାଇଁ ଓ ଛାତ୍ରଛାତ୍ରୀମାନଙ୍କପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତିସଚେତନ ରାଜ୍ୟ ଭାବେ ଓଡିଶାର ପରିଚୟକୁଆହୁରି ଉଜ୍ଜ୍ୱଳ କରିବ । ଏହି ନୂଆ ଓଡିଶାରେଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନାପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀପ୍ରକାଶ କରିବା ସହ ଆମ ଓଡିଶା ନବୀନଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେସମସ୍ତଙ୍କର ସହଯୋଗ କାମନା କରିଥିଲେ ।ଆଜିର କାର୍ଯ୍ୟକ୍ରମ ପାଇଁ କେନ୍ଦୁଝରର ୬ଟିନିର୍ବାଚନମଣ୍ଡଳୀ ଓ ଭଦ୍ରକର ୫ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳଜନସମାଗମ ହୋଇଥିଲା । ଆମ ଓଡିଶାନବୀନ ଓଡିଶା କାର୍ଯ୍ୟକ୍ରମରେ କେନ୍ଦୁଝରର୬ଟି ନିର୍ବାଚନ ମଣ୍ଡଳୀର ୨୯୭ଟି ଗ୍ରାମପଞ୍ଚାୟତର ୩୫୬୮ଟି ପ୍ରକଳ୍ପ ପାଇଁ ୧୪୮କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଥିବାବେଳେ, ଭଦ୍ରକ ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀର ୨୧୮ଟି ଗ୍ରାମ ପଞ୍ଚାୟତର୩୩୩୭ଟି ପ୍ରକଳ୍ପ ପାଇଁ ୧୦୯ କୋଟି ଟଙ୍କାମଞ୍ଜୁର କରାଯାଇଛି । ୫-ଟି ସଚିବ ଭି.କେ.ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନାକରିଥିଲେ । ପ୍ରତ୍ୟେକ ଜିଲ୍ଲାର ନିର୍ବାଚନମଣ୍ଡଳୀର ବିଭିନ୍ନ ଜନପ୍ରତିନିଧିମାନେ ଯଥାବିଧାୟକଗଣ, ଜିଲ୍ଲାପରିଷଦ ସଭାପତି,ସଦସ୍ୟଗଣ, ସ୍ଥାନୀୟ ସରପଞ୍ଚ ପ୍ରମୁଖଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗନେଇ ଗାଁ ଗାଁ ରେ ବିକାଶର ନୂଆ ପର୍ବରଶୁଭାରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚପ୍ରଶଂସାକରିଥିଲେ । ମୁଖ୍ୟମନ୍ତ୍ରୀଙ୍କ କଲ୍ୟାଣମୂଳକକାର୍ଯ୍ୟକ୍ରମ ଯୋଗୁ ଗରିବ ଓ ଅବହେଳିତ ଲୋକମାନଙ୍କ ମୁହଁରେ ଆଜି ହସ ଫୁଟିଛିବୋଲି ସେମାନେ କହିଥିଲେ । ୫-ଟିସଚିବଙ୍କ ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶତ୍ୱରାନ୍ୱିତ ହେବା ସହିତ ଅନେକ ଦିନରୁ ପଡିରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛିବୋଲି ସେମାନେ କହିଥିଲେ ।ଆଲୋଚନାରେ ଭାଗ ନେଇ ୫-ଟି ସଚିବଶ୍ରୀ ପାଣ୍ଡିଆନ କହିଥିଲେ ଯେ ସ୍ଥାନୀୟଅଞ୍ଚଳର ସମସ୍ୟା ଦୂର କରିବା ପାଇଁମୁଖ୍ୟମନ୍ତ୍ରୀ ସବୁବେଳେ ତତ୍ପର । ଓଡିଶାରପ୍ରତି ଗାଁର ବିକାଶ ପାଇଁ କାମ କରିବାକୁ ସେଦୃଢ ନିଦେ୍ର୍ଦଶ ଦେଇଛନ୍ତି । ତାଙ୍କ ଗସ୍ତ ପରେମୁଖ୍ୟମନ୍ତ୍ରୀ ବିଭିନ୍ନ ଅଞ୍ଚଳ ପାଇଁ ଯେଉଁ ଯେଉଁପ୍ରକଳ୍ପ ସବୁ ମଞ୍ଜୁର କରିଛନ୍ତି, ସେ ସଂପର୍କରେଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ । ଆମଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମରେଲୋକଙ୍କ ପ୍ରସ୍ତାବିତ ପ୍ରକଳ୍ପ ଓ ଆବଶ୍ୟକତାକୁଦେଖି ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି ।ଏହାକୁ ସମସ୍ତେ ସ୍ୱଚ୍ଛତାର ସହ ଓ ଠିକ୍ସମୟରେ ଶେଷ କରିବାକୁ ସେ ପରାମର୍ଶଦେଇଥିଲେ । କାର୍ଯ୍ୟକ୍ରମରେ ଉଭୟ ଜିଲ୍ଲାରଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।