ଭୁବନେଶ୍ୱର, 23 ଜାନୁଆରୀ – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ବୋଷଙ୍କୁ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ମହାନ ବୀର ସ୍ୱାଧୀନତା ସଂଗ୍ରାମୀ, ଭାରତ ମାତାର ସୁଯୋଗ୍ୟ ସନ୍ତାନ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଉଛି। ଦେଶ ପ୍ରତି ତାଙ୍କର ଅମାପ ସମର୍ପଣ ଭାବ, ଅନନ୍ୟ ବିଚାରଧାରା, ଦୃଢ଼ ଆତ୍ମବିଶ୍ବାସ ଓ ପରାକ୍ରମ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ।