ଭୁବନେଶ୍ୱର, ୦୬ ଜୁଲାଇ – ଆଜି ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳ । ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଚଳିତ ବର୍ଷର ହାଇସ୍କୁଲ ସାର୍ଟିଫିକେଟ୍(ମାଟ୍ରିକ) ସହ ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷାଫଳ ବୁଧବାର ଦିନ ୧ଟାରେ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରେ ପ୍ରକାଶ ପାଇବ ।
ବୁଧବାର ଦିନ ବୋର୍ଡ କାର୍ଯ୍ୟାଳୟ ଠାରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ , ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ସ୍ୱତନ୍ତ୍ର ଅତିଥି ଭାବେ ଯୋଗ ଦେଇ ମାଟ୍ରିକ୍, ମଧ୍ୟମା, ମୁକ୍ତ ବିଦ୍ୟାଳୟ-୨୦୨୨ ପରୀକ୍ଷା ଫଳ ପୁସ୍ତିକାକୁ ଲୋକାର୍ପଣ କରିବେ ।