ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୧,୫୨୨ ନୂଆ ସଂକ୍ରମଣ ଏବଂ ୯୭.୬୭ ଲକ୍ଷ୍ୟରେ ପହଞ୍ଚିଲା କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୧,୫୨୨ ନୂଆ ସଂକ୍ରମିତ ଚିହ୍ନଟ ହେବା ସହ ଭାରତରେ ସମୁଦାୟ କରୋନାଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୭,୬୭,୩୭୨ ପହଞ୍ଚିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୧,୫୨୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୧୨ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ ଜନିତ ମୃତ୍ୟୁସଂଖ୍ୟା ୧୪୧, ୭୭୨ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ରେକର୍ଡ ଅନୁସାରେ, ସମ୍ପ୍ରତି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୭୨, ୨୯୩। ୨୪ ଘଣ୍ଟା ମଧ୍ୟରେ ସୁସ୍ଥ ହୋଇ ଫେରିଥିବା ୩୭, ୭୨୫ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୯୨, ୫୩, ୩୦୬।