ଭଦ୍ରକ: ଭଦ୍ରକ ଜିଲ୍ଲା ବାସୁଦେବପୁର ପୌରପାଳିକା ଅନ୍ତର୍ଗତ ଉଚ୍ଚଡ଼ିହା ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ଘରେ ନିଆଁ ଲାଗିବା ଫଳରେ ଜଣେ ମହିଳା ଜୀବନ୍ତ ଦଗ୍ଧ ହୋଇଛନ୍ତି । ଅଗ୍ନିକାଣ୍ଡରେ ୧୦ ବଖରା ଘର ସମେତ ଲକ୍ଷାଧିକ ଟଙ୍କା ମୂଲ୍ୟର ଆସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଛି । ତେବେ ନିଆଁ ଲାଗିବାର କାରଣ ଅଦ୍ୟାବଧି ଅସ୍ପଷ୍ଟ ରହିଛି ।