ଓଡିଶାରେ ୪ କୋଟି ଟପିଲା ଟିକାକରଣ

ଭୁବନେଶ୍ୱର : କରୋନା ଟିକାକରଣରେ ଆଉ ଏକ ମାଇଲଖୁଂଟ ଅତିକ୍ରମ କରିଛି ଓଡ଼ିଶା । ଓଡ଼ିଶାରେ କରୋନା ଟିକାକକରଣ ୪କୋଟି ଟପିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏନେଇ ଟୁଇଟ କରି ସ୍ୱାସ୍ଥ୍ୟକର୍ମୀ ଓ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛି ।

ଏଥିସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଟୁଇଟ୍ କରି ଖୁସି ବ୍ୟକ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ ଏହି ସଫଳତା ପାଇଁ ରାଜ୍ୟର ସ୍ୱାସ୍ଥ୍ୟକର୍ମୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।