ରାଜ୍ୟରେ କରୋନାରେ ଆଉ ୬୯ ଜଣଙ୍କର ମୃତ୍ୟୁ

-ମୋଟ ମୃତ୍ୟୁ ସଂଖ୍ୟା ୭,୨୨୩ ହେଲା

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୬୯ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୭,୨୨୩ ହୋଇ ଯାଇଛି ।

ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଜଗତସିଂହପୁର ଜିଲ୍ଲାରୁ ସର୍ବାଧିକ ୧୨ ଜଣ ଥିବା ବେଳେ କଟକ ଜିଲ୍ଲାରୁ ୧୧ ଜଣ. ଢେଙ୍କାନାଳରୁ ୮ ଜଣ ଅଛନ୍ତି । ଭଦ୍ରକ ଓ ଯାଜପୁର ଜିଲ୍ଲାରୁ ୬ ଜଣ ଲେଖାଏଁ ଏବଂ ଆକ୍ରାନ୍ତ ଅଛନ୍ତି । ଅନୁଗୁଳ, ଖୋର୍ଦ୍ଧା ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ପରଲୋକ ଘଟିଛି । ପୁରୀ ଜିଲ୍ଲାରୁ ୪ ଜଣଙ୍କର ମୃତ୍ୟୁ ଘଟିଛି । କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି । ଏହାଛଡ଼ା ଓ ନୟାଗଡ଼ ଜିଲ୍ଲାରୁ ଜଣେ ମୃତକ ଅଛନ୍ତି ।

ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହା ଯାଇଛି ।