ଗୋଟିଏ ଦିନରେ ରାଜ୍ୟରେ ୮୧ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୫୨୯

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୮୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୫୨୯ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୩୪୭୬୭ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ମାମଲା ୭୯୨ ରହିଛି ।

ଆଜି ଚିହ୍ନଟ ହୋଇଥିବା ୮୧ ଜଣଙ୍କ ମଧ୍ୟରୁ ୪୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୨ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସମ୍ବଲପୁର ଜିଲ୍ଲାରେ ସବୁଠାରୁ ଅଧିକ ୧୫ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି । ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱର ଜିଲ୍ଲାରେ ୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରେୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ଭଦ୍ରକ ଜିଲ୍ଲାରେ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

କଟକ ଜିଲ୍ଲାରୁ ୩ ଓ ଦେବଗଡ ଜିଲ୍ଲାର ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ଗଜପତି ଜିଲ୍ଲାରୁ ୧ ଓ ଗଂଜାମ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁରରୁ ୪, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ କେନ୍ଦ୍ରାପଡା ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ମଟ ହୋଇ ଛନ୍ତି । କେନ୍ଦୁଝର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ଖୋର୍ଦ୍ଧାରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମାଲକାନଗିରି ଜିଲ୍ଲାରେ ୧,ମୟୂରଭଞ୍ଜ ଜିଲ୍ଲାରେ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନବରଙ୍ଗପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ୨ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡା ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୧୫ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତିି । ସୁନ୍ଦରଗଡ଼ରୁ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ପୁଲ୍‌ରୁ ୧ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି ।