କୋରେଇ: ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥର ବ୍ରଜନଗର ନିକଟରେ ଅଜଣା ଗାଡି ଧକ୍କାରେ ଜଣେ ଯୁବକର ଶୋଚନୀୟ ମୃତ୍ୟୁ ଘଟିଛି । ମୃତ ଯୁବକ ଜଣକ ବାଲେଶ୍ଵର ଜିଲ୍ଲାର ଖଇରା ଥାନା ଅଧିନ କୁପାରି ଗ୍ରାମର ବାସୁଦେବ ବିଶ୍ୱାଳଙ୍କ ପୁଅ ଅଜିତ (୩୧) ।
ସେ ଗତକାଲି ରାତିରେ ନିଜ ଶ୍ବଶୁର ଘର ଯାଜପୁର ରୋଡରୁ ବାଇକ୍ ଯୋଗେ ବାଲେଶ୍ଵର ଅଭିମୁଖେ ଯାଉଥିବା ବେଳେ ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେବାରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା । ଖବର ପାଇ ପାଣିକୋଇଲି ଥାନା ପୁଲିସ ସେଠାରେ ପହଁଚି ମୃତକଙ୍କ ଶବ ଜବତ କରିବା ସହ ଏହାକୁ ବ୍ୟବଚ୍ଛେଦ ନିମନ୍ତେ ଯାଜପୁର ଜିଲ୍ଲା ହସ୍ପିଟାଲକୁ ପଠାଇଛି । ଏ ସଂକ୍ରାନ୍ତରେ ଥାନାରେ ଏକ ମାମଲା ରୁଜୁ କରାଯାଇଛି ବୋଲି ଥାନା ଅଧିକାରୀ କହିଛନ୍ତି ।