ରାଜ୍ୟରେ କରୋନାରେ ଆଉ ୬୫ ଜଣଙ୍କର ମୃତ୍ୟୁ

-ମୋଟ ମୃତ୍ୟୁ ସଂଖ୍ୟା ୭୦୮୬ ହେଲା

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୬୫ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୭୦୮୬ ହୋଇ ଯାଇଛି ।

ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ କଟକ ଜିଲ୍ଲାରୁ ସର୍ବାଧିକ ୧୫ ଜଣ ଥିବା ବେଳେ ଜଗତସିଂହପୁର ଜିଲ୍ଲାରୁ ୧୧ ଜଣ ଓ କେନ୍ଦ୍ରାପଡା ଜିଲ୍ଲାରୁ ୯ ଜଣ ଅଛନ୍ତି । ଢେଂକାନାଲ ଜିଲ୍ଲାରେ ୭ ଜଣ ମୃତ୍ୟୁବରଣ କରିଛନ୍ତି ।

ଅନୁଗୁଳ ଓ ବାଲେଶ୍ୱର ଜିଲ୍ଲାରୁ ୫-୫ ଜଣ ଲେଖାଏଁ,ଅଛନ୍ତି । ମୟୁରଭଂଜ ଓ ଭଦ୍ରକ ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଥିବା ବେଳେ ପୁରୀ ଜିଲ୍ଲାରୁ ୨ ଜଣ ଅଛନ୍ତି । ସେହିପରି ଗଂଜାମ, କେନ୍ଦୁଝର, ଖୋର୍ଧା, କୋରାପୁଟ ଓ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ରହିଛନ୍ତି ।

ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହା ଯାଇଛି ।