ରାଜ୍ୟରେ କରୋନାରେ ଆଉ ୬୫ ଜଣଙ୍କର ମୃତ୍ୟୁ

-ମୋଟ ମୃତ୍ୟୁ ସଂଖ୍ୟା ୪୫୯୯ ହେଲା

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୬୫ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ତେବେ ଏହି ମୃତ୍ୟୁ ସଂଖ୍ୟା ରିଏଲ ଟାଇମ ନୁହେଁ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୪୫୯୯ ହୋଇ ଯାଇଛି ।

ଗତ ୨୪ ଘଂଟା ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪ ଜଣଙ୍କ ମୃତ୍ୟୁ ଘଟିଛି । ଅପରପକ୍ଷରେ ବରଗଡ଼, କେନ୍ଦୁଝର ଓ ପୁରୀ ଜିଲ୍ଲାରୁ ୬ ଜଣ ଲେଖାଏଁ, ଅନୁଗୁଳ ଓ ମୟୁରଭଂଜ ଜିଲ୍ଲାରୁ ୫ ଜଣ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି ।

ନୟାଗଡ ଜିଲ୍ଲାରୁ ୪, ଗଂଜାମ, କେନ୍ଦ୍ରାପଡ଼ା ଓ ସୁନ୍ଦରଗଡ ଜିଲ୍ଲାରୁ ୩-୩ ଜଣ ମୃତ୍ୟୁବରଣ କରିଛନ୍ତି । ବାଲେଶ୍ୱର, ବଲାଙ୍ଗୀର, ବୌଦ୍ଧ, କଟକ, ଢେଙ୍କାନାଳ, ଜଗତସିଂହପୁର, ଝାରସୁଗୁଡା, କଳାହାଣ୍ଡି, କନ୍ଧମାଳ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଜଣେ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି ।

ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହାଯାଇଛି ।