କୋଲକାତା: ବିସିସିଆଇ ଅଧ୍ୟକ୍ଷ ତଥା ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଅସୁସ୍ଥ ହୋଇଥିବା ଜଣାଯାଇଛି। ସେ ହୃଦଘାତର ଶିକାର ହୋଇଥିବା ସୂଚନା ମିଳିଛି । ଅସୁସ୍ଥ ହେବା ପରେ ତାଙ୍କୁ କୋଲକାତାର ଉଡଲ୍ୟାଣ୍ଡସ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ, ଶନିବାର ସକାଳେ ସେ ଜିମ୍ କରୁଥିବା ସମୟରେ ତାଙ୍କ ପିଠି ଓ ଛାତିରେ ଯନ୍ତ୍ରଣା ହେଉଥିବା ଅନୁଭବ କରିଥିଲେ । ଏ ସମ୍ପର୍କରେ ସୌରଭ ତାଙ୍କ ପତ୍ନି ଡୋନା ଗାଙ୍ଗୁଲି କହିଥିଲେ । ଏହା ଡୋନା ଗାଙ୍ଗୁଲି ଉଡଲ୍ୟାଣ୍ଡ ହସ୍ପିଟାଲକୁ ଫୋନ କରି ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଇଥିଲେ । ୬ ଜଣିଆ ଡାକ୍ତର ଟିମ୍ ସୌରଭଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ନଜର ରଖିଛନ୍ତି । ସନ୍ଧ୍ୟାରେ ତାଙ୍କର ଆଞ୍ଜିଓପ୍ଲାଷ୍ଟି କରାଯିବ ଏବଂ ଏହାପରେ ସୌରଭ ଗାଙ୍ଗୁଲି ହସ୍ପିଟାଲରୁ ଘରକୁ ଫେରିବେ ବୋଲି ସୂଚନା ମିଳିଛି । ଏହି ଖବର ପାଇବା ପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦୁଃଖ ପ୍ରକାଶ କରିଛନ୍ତି। ସେ ସୌରଭ ଗାଙ୍ଗୁଲିଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।