ନମ୍ବର ୱାନ୍ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର: ବର୍ଷ ଆରମ୍ଭରୁ ଚମକିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶାର ମୁଖ୍ୟମନ୍ତ୍ରୀ ପାଇଲେ ନମ୍ବର ୱାନ୍ ସାର୍ଟିଫିକେଟ୍ । ଏବିପି-ସି ଭୋଟର ସର୍ଭେ ରିପୋର୍ଟରୁ ଦେଶରେ ନମ୍ବର ୱାନ ମୁଖ୍ୟମନ୍ତ୍ରୀ ସାବ୍ୟସ୍ତ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏବିପି-ସି ଭୋଟରର ଏହି ରିପୋର୍ଟ ପରେ ବିଜେଡିରେ ଉତ୍ସାହର ମାହୋଲ । ବିରାଟ ପଟୁଆରରେ ନବୀନ ନିବାସ ପହଞ୍ଚି ନବୀନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିଜେଡି ନେତା ଓ କର୍ମୀ । ମନ୍ତ୍ରୀ ଅଶୋକ ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା ଓ ସୁଶାନ୍ତ ରାଉତଙ୍କ ସହିତ ଅନ୍ୟ ନେତୃବୃନ୍ଦ ନବୀନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଜାତୀୟସ୍ତରରେର ସମ୍ମାନ ପରେ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଦେଶରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନମ୍ବର ୱାନ ମୁଖ୍ୟମନ୍ତ୍ରୀ ହେବା ପରେ ନବୀନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ସେ । ସେହିପରି ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ନବୀନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ମୁଖ୍ୟମନ୍ତ୍ରୀଙ୍କୁ ଲୋକମାନେ ଲଗାତାର ଭଲ ପାଇବା ଦେଇଛନ୍ତି ବୋଲି ପ୍ରଣବ କହିଛନ୍ତି । ଲୋକମାନଙ୍କ ସହ ଛିଡ଼ା ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ସେମାନଙ୍କ ଜୀବନରେ ନବୀନ ପ୍ରକୃତ ପରିବର୍ତ୍ତନ ଆଣିଛନ୍ତି ବୋଲି କହିଛନ୍ତି ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କହିଛନ୍ତି ।