ଗଞ୍ଜାମ ଜିଲ୍ଲାରେ ନୂଆ ୨୪୫ କରୋନା ପଜିଟିଭ୍ ଚିହ୍ନଟ, ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ

ଗଞ୍ଜାମ : ଗଞ୍ଜାମ ଜିଲ୍ଲାରେ ଆଜି ନୂଆ ୨୪୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ ଓ ହୋମ୍ ଆଇସୋଲେସନ ରଖାଯାଇ ଚିକିତ୍ସା ସେବା ଯୋଗାଇ ଦିଆଯାଉଛି । ଗତକାଲି ଜିଲ୍ଲାରେ ୨୩୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ସେହିପରି ଚିକିତ୍ସାଧିନ ଅବସ୍ଥାରେ ଜିଲ୍ଲାରେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି । ଏହାକୁ ମିଶାଇ ଜିଲ୍ଲାରେ କରୋନାର ଦ୍ୱିତୀୟ ଲହରରେ ମୃତ୍ୟୁ ସଂଖ୍ୟା ୧୮ କୁ ବୃଦ୍ଧି ପାଇଥିବା ବେଳେ ଜିଲ୍ଲାରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୬୬ ରେ ପହଂଚିଛି ।