ପରଲୋକରେ ପରୋପକାରୀ ପଦ୍ମଶ୍ରୀ ପ୍ରକାଶ ରାଓ: ଶୋକପ୍ରକାଶ କଲେ ମୋଦୀ-ନବୀନ,କାଲି ରାଷ୍ଟ୍ରୀୟ ସମ୍ମାନ ସହ ହେବ ଶେଷକୃତ୍ୟ

ବସ୍ତିିଲାଙ୍କ ପାଇଁ ପାଲଟିଥିଲେ ଆଲୋକର ଦୀପ

କଟକ: ପଦ୍ମଶ୍ରୀ ଡି.ପ୍ରକାଶ ରାଓଙ୍କ ପରଲୋକ ଘଟିଛି । କଟକ ବଡ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । କିଛିଦିନ ତଳେ ସେ କରୋନାରେ ଆକ୍ରାନ୍ତ ହୋଇଥିଲେ । ଅସୁସ୍ଥତା କାରଣରୁ କିଛିଦିନ ପୂର୍ବରୁ ତାଙ୍କୁ ଏସ୍ସିବିରେ ଭର୍ତ୍ତି କରାଯାଇଥିଲା । ବ୍ରେନ୍ଷ୍ଟ୍ରୋକ୍ ଯୋଗୁ ତାଙ୍କର ବିୟୋଗ ଘଟିଥିବା ପରିବାର ଲୋକଙ୍କ ପକ୍ଷରୁ ସୂଚନା ମିଳିଛି । ତାଙ୍କ ଦେହାନ୍ତ ଖବର ସମଗ୍ର ଦେଶରେ ଶୋକର ଛାୟା ଖେଳାଇ ଦେଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବହୁ ବିଶିଷ୍ଟ ନେତା ଶୋକପ୍ରକାଶ କରିଛନ୍ତି । ଏଥିସହ ରାଷ୍ଟ୍ରୀୟ ସମ୍ମାନ ସହିତ ଗୁରୁବାର ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି ଯେ, ପ୍ରକାଶ ରାଓଙ୍କ କାମ ଅନ୍ୟମାନଙ୍କୁ ପ୍ରେରିତ କରୁଥିଲା । ସେ ଜାଣିଥିଲେ ସଶକ୍ତିକରଣ ହେବା ପାଇଁ ଶିକ୍ଷା ଏକମାତ୍ର ମାଧ୍ୟମ । ତାଙ୍କ ସହ ଗତ କିଛି ବର୍ଷ ପୂର୍ବେ ତାଙ୍କ ସହ ସାକ୍ଷାତ ହୋଇଥିଲା ବୋଲି ସେ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି ।

ଏଥିସହିତ ଶୋକସନ୍ତପ୍ତ ପରିବାରକୁ ଗଭୀର ସମବେଦନା ମଧ୍ୟ ଜଣାଇଛନ୍ତି । କଟକରେ ସାକ୍ଷାତ କରିବା ବେଳର ଫଟୋକୁ ସେ ଶେୟାର କରିଛନ୍ତି । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକପ୍ରକାଶ କରିବା ସହ ତାଙ୍କର ଉର୍ତ୍ସଗୀକୃତ ସମାଜସେବା ବିଶେଷକରି ଗରିବ ଓ ଅବହେଳିତଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ପାଇଁ ସ୍ମରଣୀୟ ହୋଇରହିବେ ବୋଲି କହିଛନ୍ତି । ଏଥିସହ ଶୋକସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିଛନ୍ତି । ଏତଦ୍ ବ୍ୟତୀତ ପଦ୍ମଶ୍ରୀ ଡି ପ୍ରକାଶ ରାଓଙ୍କର ପରଲୋକରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ଆନ୍ଧ୍ର୍ରଦେଶର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, ଗୃହମନ୍ତ୍ରୀ ଅମିତ ଶାହା, କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଗଭୀର ଶୋକ ଜଣାଇଛନ୍ତି । ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ଆଜି ଅପରାହ୍ନରେ ପରଲୋକ ହୋଇଯାଇଛି । ଅସୁସ୍ଥତା କାରଣରୁ କିଛି ଦିନ ପୂର୍ବରୁ ତାଙ୍କୁ ଏସ୍ସିବିରେ ଭର୍ତ୍ତି କରାଯାଇଥିଲା । ବ୍ରେନ୍ଷ୍ଟ୍ରୋକ୍ ଯୋଗୁଁ ପଦ୍ମଶ୍ରୀ ରାଓଙ୍କର ବିୟୋଗ ହୋଇଥିବା ନେଇ ତାଙ୍କର ପରିବାର ଲୋକଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

ଶ୍ରୀ ରାଓଙ୍କ ଦେହାନ୍ତ ଖବର ସମଗ୍ର ରାଜ୍ୟରେ ଶୋକର ଛାୟା ଖେଳାଇ ଦେଇଛି । ସ୍ୱତନ୍ତ୍ର ଢଙ୍ଗରେ ବିକ୍ରି କରି ଚର୍ଚ୍ଚାରେ ରହିଥିବା କଟକ ସହରର ବିଶିଷ୍ଟ ସମାଜସେବୀ ଡି. ପ୍ରକାଶ ରାଓ ୨୧୮ ଥର ରକ୍ତଦାନ କରି ଏକ ବିରଳ ରେକର୍ଡର ଅଧିକାରୀ ଥିଲେ । ବକ୍ସିବଜାର ପେନସନ୍ ଲେନ୍ର ଡି. କ୍ରି୩-୪ ମୂର୍ତ୍ତି ଏବଂ ଡି. ଲକ୍ଷ୍ମୀଙ୍କ ୩ ଜଣ ସନ୍ତାନଙ୍କ ମଧ୍ୟରେ ଡି. ପ୍ରକାଶ ରାଓ ଥିଲେ ବଡ । ବକ୍ସିବଜାରରେ ଥିବା ତାଙ୍କ ଚା ଦୋକାନରେ ଗ୍ରାହକଙ୍କୁ ଉତ୍ତମ ବ୍ୟବହାର ଏବଂ ଖବର କାଗଜ, ମାଗାଜିନ ପଢିବାର ସୁଯୋଗ ଦେଇ ସେ ଚର୍ଚ୍ଚାକୁ ଆସିଥିଲେ । ୧୯ ବର୍ଷ ପୂର୍ବେ ସେ “ଆଶା ଓ ଆଶ୍ୱାସନା’ ନାମରେ ଏକ ସ୍କୁଲ ଗଢ଼ି ବସ୍ତିପିଲାଙ୍କୁ ମାଗଣା ପଢିବାର ସୁଯୋଗ ଦେଇଥିଲେ । ନିୟମିତ ରକ୍ତଦାନ କରି ଏଯାଏଁ ୨୧୮ ଥର ରକ୍ତଦାନ ଏବଂ ୧୭ ଥର ପ୍ଲେଟଲେଟ୍ସ ଦାନ କରିଥିଲେ ଶ୍ରୀ ରାଓ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୧୮, ମେ’ ୨୬ରେ କଟକ ଆସିଥିବା ସମୟରେ ଶ୍ରୀ ରାଓଙ୍କୁ ସ୍ୱତନ୍ତ୍ର ଭାବେ ସାକ୍ଷାତ ଦେଇ ତାଙ୍କ ସହ ଆଲୋଚନା କରିଥିଲେ । ପୂର୍ବରୁ ଶ୍ରୀ ରାଓ ଇଣ୍ଟରନ୍ୟାସନାଲ ହ୍ୟୁମାନ ରାଇଟସ୍ ଆୱାର୍ଡ, ଆନିବେଶାନ୍ତ ସଂସ୍ଥାନ, ଭାରତ ବିକାଶ ସଂସ୍ଥାନ ଭଳି ବହୁ ସଂସ୍ଥାନ ପାଇଥିଲେ । ୨୦୧୯ରେ ଡି.ପ୍ରକାଶ ରାଓ ପଦ୍ମଶ୍ରୀ ଉପାଧିରେ ସମ୍ମାନିତ ହୋଇଥିଲେ ।