କରୋନାରେ ଦେଶରେ ଗତ ୨୪ ଘଂଟାରେ ୩,୬୨,୭୨୭ ନୂଆ ମାମଲା

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୩,୬୨,୭୨୭ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୪,୧୨୦ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା : : ୨,୩୭,୦୩,୬୬୫ ପହଂଚିଛି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୭,୧୦,୫୨୫ ଥିବା ବେଳେ ବର୍ତମାନ ସୁଦ୍ଧା ୨,୫୮,୩୧୭ ଜଣ ମୃତ୍ୟୁବରଣ କରିଛନ୍ତି ।

ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୮,୬୪,୫୯୪ ନମୂନାର ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୩୦,୯୪,୪୮,୫୮୫ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆଯାଇଛିା