ରାଜ୍ୟରେ ଗତ ୨୪ ଘଂଟାରେ କରୋନାରେ ୩୯ ଜଣଙ୍କର ମୃତ୍ୟୁ

-ମୋଟ ମୃତ୍ୟୁ ସଂଖ୍ୟା ୩୮୮୭ ହେଲା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୩୯ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୩୮୮୭ ହୋଇ ଯାଇଛି ।

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୯ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । କଟକ ଓ ବରଗଡ ଓ ନୟାଗଡ ଜିଲ୍ଲାରେ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେହିପରି ସମ୍ବଲପୁର ଓ ସୁନ୍ଦରଗଡ ଜିଲ୍ଲାରେ ୩-୩ ଜଣ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ଗଂଜାମ, କେନ୍ଦ୍ରାପଡା, ମୟୁରଭଂଜ ଓ ସୁବର୍ଣପୁର ଜିଲ୍ଲାରେ ୨-୨ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ପୁରୀ ଜିଲ୍ଲାରେ ଜଣେ ଜଣେ ସଂକ୍ରମିତ ମୃତ୍ୟୁବରଣ କରିଥିବା ନେଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।