କରୋନାରେ ଦେଶରେ ଗତ ୨୪ ଘଂଟାରେ ୩୯,୭୨୬ ନୂଆ ମାମଲା

ନୂଆଦିଲ୍ଲୀ: ଦେଶରେ ଗତ ୨୪ଘଂଟା ମଧ୍ୟରେ ୩୯,୭୨୬ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୧୫୪ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୧୫,୧୪,୩୩୧ ପହଂଚିଛି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨,୭୧,୨୮୨ ଥିବା ବେଳେ ବର୍ତମାନ ସୁଦ୍ଧା ୧,୫୯,୩୭୦ ଜଣ ମୃତ୍ୟୁ ବରଣ କରିଛନ୍ତି ।

ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୦,୫୭,୩୮୩ ନମୂନାର ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୨୩,୧୩,୭୦,୫୪୬ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା