କରୋନାରେ ଦେଶରେ ଗତ ୨୪ ଘଂଟାରେ ୧୬,୩୧୧ ନୂଆ ମାମଲା

ନୂଆଦିଲ୍ଲୀ: ଦେଶରେ ଗତ ୨୪ଘଂଟା ମଧ୍ୟରେ ୧୬,୩୧୧ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୧୬୧ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୪,୬୬,୫୯୫ ପହଂଚିଛି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨,୨୨,୫୨୬ ଥିବା ବେଳେ ବର୍ତମାନ ସୁଦ୍ଧା ୧,୫୧,୧୬୦ ଜଣ ମୃତ୍ୟୁ ବରଣ କରିଛନ୍ତି । ତା ଛଡା ଦେଶରେ ଗତ ୨୪ଘଂଟା  ମଧ୍ୟରେ  କୋବିଡ ପାଇଁ   ୬,୫୯,୨୦୯ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୧୮,୧୭,୫୫,୮୩୧ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା