କରୋନାରେ ଦେଶରେ ଗତ ୨୪ ଘଂଟାରେ ୪୩,୮୪୬ ନୂଆ ମାମଲା

ନୂଆଦିଲ୍ଲୀ: ଦେଶରେ ଗତ ୨୪ଘଂଟା ମଧ୍ୟରେ ୪୩,୮୪୬ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୧୯୭ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୧୫,୯୯,୧୩୦ ପହଂଚିଛି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩,୦୯,୦୮୭ ଥିବା ବେଳେ ବର୍ତମାନ ସୁଦ୍ଧା ୧,୫୯,୭୫୫ ଜଣ ମୃତ୍ୟୁ ବରଣ କରିଛନ୍ତି ।

ସେହିପରି ଦେଶେର ଗତ ୨୪ଘଂଟା ମଧ୍ୟେର କୋବିଡ ପାଇଁ ୧୧,୩୩,୬୦୨ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶେର ବତର୍ମାନ ସୁଦ୍ଧା ୨୩,୩୫,୬୫,୧୧୯ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା