ଆଇୟୁପିଏସି ପୁରସ୍କାର ପାଇଁ ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ମହାନ୍ତି ମନୋନୀତ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:  ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ମହାନ୍ତି ସମ୍ମାନଜନକ ଆଇୟୁପିଏସି ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ଜ୍ୟୋତିର୍ମୟୀ ଦେଶର ପ୍ରଥମ ମହିଳା ଭାବରେ ଏହି ପୁରସ୍କାର ପାଇବାକୁ ଯାଉଛନ୍ତି। ରସାୟନ ବିଜ୍ଞାନ କ୍ଷେତ୍ରରେ କୃତିତ୍ୱ ପାଇଁ ସେ ପାଇବେ ଆଇୟୁପିଏସି ପୁରସ୍କାର। ଏହି ପୁରସ୍କାର ପାଇବାରେ ସେ ହେବେ ଦେଶର ପ୍ରଥମ ମହିଳା। ସଂପ୍ରତି ସେ ଭାବା ପାରମାଣବିକ ଗବେଷଣା କେନ୍ଦ୍ରରେ ବୈଜ୍ଞାନିକ ଭାବେ କାର୍ଯ୍ୟରତ।   ଏହି ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୈଜ୍ଞାନିକ ଜ୍ୟୋତିର୍ମୟୀ ମହାନ୍ତିଙ୍କୁ ନିଜର ଟୁଇଟରରେ ଶୁଭେଚ୍ଛା ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ନିଜର ଟୁଇଟରରେ ଶୁଭେଚ୍ଛା ବାର୍ତ୍ତାରେ ଲେଖିଛନ୍ତି , ୨୦୨୩ ପୁରସ୍କାର ପାଇବାକୁ ମନୋନୀତ ହୋଇଥିବା ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ମହାନ୍ତିଙ୍କୁ ଶୁଭେଚ୍ଛା ଜଣାଉଛି। ରସାୟନ ବିଜ୍ଞାନ କ୍ଷେତ୍ରରେ ସେ ଅର୍ଜନ କରିଥିବା କୃତିତ୍ୱ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ। ଆଗାମୀ ଦିନରେ ତାଙ୍କର ଆହୁରି ସଫଳତା କାମନା କରୁଛି।

#odishanews #odishacm #naveenpatnaik #JyotiramayiMohanty #scientist #IUPACaward