ଗଜପତିରେ ପୁଣି ୮ କୋଟିରୁ ଉଦ୍ଧ୍ୱର୍ ଟଙ୍କାର ଗଞ୍ଜେଇ ଗଛକୁ ପୋଡି ନଷ୍ଟ କରାଗଲା

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲାରେ ପୁଣି ଗତକାଲି ବେଆଇନ ଭାବେ ଚାଷ କରାଯାଇଥିବା ୮ କୋଟିରୁ ଉଦ୍ଧ୍ୱର୍ ଟଙ୍କାର ଚୋରା ଗଞ୍ଜେଇ ଗଛକୁ ପୋଡି ଦିଆଯାଇଛି । ଘଟଣାରୁ ପ୍ରକାଶ,ଗଜପତି ଜିଲ୍ଲାପାଳ ଅନୁପମ ସାହା,ଏସପି ତପନ କୁମାର ପଟ୍ଟନାୟକଙ୍କ ନିର୍ଦ୍ଧେଶ କ୍ରମେ ପୋଲିସ,ଅବକାରୀ,ବନ ଓ ରାଜସ୍ୱ ବିଭାଗର ମିଳିତ ଚଢାଉରେ ଗତକାଲି ପୁଣି ଏହି ଜିଲ୍ଲାର ଏକ ଦୁର୍ଗମ ଅଞ୍ଚଳରୁ ୮ କୋଟି ୮୦ ଲକ୍ଷରୁ ଉଦ୍ଧ୍ୱର୍ ଟଙ୍କାର ଗଞ୍ଜେଇ ଗଛକୁ ପୋଡା ଯାଇଛି । ଏକ ସୂଚନାକୁ ଭିତ୍ତି କରି ଆର୍.ଉଦୟଗିରି ଥାନାଧିକାରୀ ମମତା ନାୟକଙ୍କ ନେତୃତ୍ୱରେ ପୋଲିସ, ଅବକାରୀ,ବନ ଓ ରାଜସ୍ୱ ବିଭାଗ କର୍ମଚାରୀମାନେ ଚଢାଉ କରି ଆର୍.ଉଦୟଗିରି ବ୍ଲକର କାକଟବନ୍ଧା ଗ୍ରାମ ନିକଟରେ ଥିବା ଜଙ୍ଗଲରେ ପ୍ରାୟ ୪୪ ଏକରରୁ ଉଦ୍ଧ୍ୱର୍ ଜମିରେ ବେଆଇନ ଭାବେ ଲଗାଯାଇଥିବା ୮୮,ହଜାରରୁ ଉଦ୍ଧ୍ୱର୍ ଗଞ୍ଜେଇ ଗଛକୁ ପୋଡି ନଷ୍ଟ କରାଯାଇଥିଲା । ଯାହାର ଆନୁମାନିକ ବଜାର ମୁଲ୍ୟ ୮ କୋଟି ୮୦ ଲକ୍ଷରୁ ଉଦ୍ଧ୍ୱର୍ ଟଙ୍କା ହେବ ବୋଲି ଜଣାପଡିଛି । ଏହି ଚଢାଉ ନୂଆଗଡ ତହସିଲଦାର ପ୍ରଫୁଲ କୁମାର କୁଜୁରୁ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ କରାଯାଇଥିଲା । ଏ ନେଇ ଆର୍.ଉଦୟଗିରି ଥାନାରେ କେସ ନଂ-୧୬/୨୧ ଏନଡିପିଏସ ଆକ୍ଟର ଧାରା ୨୦(କ)(ଆଇ)ରେ ମାମଲା ରୁଜୁ ହୋଇଥିବା ସୂଚନା ମିଳିଛି ।