ଆର ପାରିରେ ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତି : ଜନ୍ମମାଟି କେନ୍ଦ୍ରାପଡ଼ାରେ ଶୋକ

କେନ୍ଦ୍ରାପଡ଼ା : ଓଲିଉଡ଼୍ର ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା । ଏହି ଖବର ପ୍ରଚାରିତ ହେବା ପରେ ତାଙ୍କ ଜନ୍ମମାଟି କେନ୍ଦ୍ରାପଡ଼ା ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି । ବିଭିନ୍ନ ମହଲରେ ତାଙ୍କ ବିୟୋଗରେ ଶୋକ ବ୍ୟକ୍ତ କରାଯାଇଛି ।

ସେ ୧୯୫୮ ମସିହା ଫେବୃଆରୀ ୬ ତାରିଖରେ କେନ୍ଦ୍ରାପଡ଼ା ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଚଳଚ୍ଚିତ୍ର ସୁନା ପଞ୍ଜରୀର ପୁଚୁକି ଗାଲି ଗୀତ ତାଙ୍କୁ ଘରେ ଘରେ ପରିଚିତ କରାଇଥିଲା । ଏହା ବ୍ୟତୀତ ସେ ଅନେକ ଭଜନ ଓ ହିଟ୍ ଫିଲ୍ମ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି । ତାଙ୍କର ଏହି ଅକାଳ ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ।