ଓଏସପିଏଚଡବ୍ଲୁସି ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର : ରାଜ୍ୟ ସରକାର ଓଡିଶା ରାଜ୍ୟ ପୋଲିସ ଗୃହ ନିର୍ମାଣ ଓ କଲ୍ୟାଣ ନିଗମର ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପ କୁମାର ସାମଲଙ୍କୁ ଅପାରଗତା ଓ ଦୁର୍ନୀତି ଯୋଗୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ପୂର୍ବରୁ ବ୍ୟାପକ ଦୁର୍ନୀତି ଅଭିଯୋଗରେ ଶ୍ରୀ ସାମଲ ନିଲମ୍ବିତ ହୋଇଥିଲେ । ନିକଟରେ ତାଙ୍କ ବାସଭବନ ଉପରେ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢଉ କରଯାଇ ବ୍ୟାପକ ପରିମାଣର ଆୟ ବହିର୍ଭୁତ ସମ୍ପତି ଜବତ କରାଯାଇଥିଲା । ଏହାକୁ ମିଶାଇ ବର୍ତମନ ସୁଦ୍ଧା ୧୩୧ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ବା ଚାକିରୀରୁ ବହିଷ୍କାର କରାଗଲାଣି ।

ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ୱଚ୍ଛ, ଦକ୍ଷ ଏବଂ ଉତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି । ସବୁ ସମୟରେ ପ୍ରଶାସନିକ ବ୍ୟବସ୍ଥାରେ ସ୍ୱଚ୍ଛତା ଉପରେ ସର୍ବାଧିକ ଗୁରୁତ୍ୱ ଆରୋପ କରିଆସିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟ ଅନୁଯାୟୀ ରାଜ୍ୟ ସରକାର ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ଶୂନ୍ୟ ସହିଷ୍ଣୁତା ନୀତି ଅବଲମ୍ବନ କରି କଠୋର ପଦକ୍ଷେପ ଜାରି ରଖିଛନ୍ତି ।