ଉଠା ଦୋକାନିମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ

ବୁଗୁଡା : କୋଭିଡ କଟକଣା ସମୟରେ ଉଠାଦୋକାନୀମାନେ କ୍ଷତିଗ୍ରସ୍ତ ହୋଇଥିବା ଅନୁଭବ କରି ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆର୍ଥିକ ସହାୟତା ଦେବାକୁ ଘୋଷଣା କରିଥିଲେ । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପ୍ରକାରେ ପୋଲସରା ବିଜ୍ଞାପିତ ଅଞ୍ଚଳ ପରିଷଦର ୨୦୬ ଜଣ ଉଠାଦୋକାନୀଙ୍କୁ ଜୁନ ୨୫ ତାରିଖ ଦିନ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି ।

ଉଠାଦୋକାନୀଙ୍କୁ ଆର୍ଥିକ ସହାୟତା ପ୍ରଦାନ ପାଇଁ ପୋଲସରା ଏନଏସି ଆହାର କେନ୍ଦ୍ର ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ଯୋଗଦେଇ ସହାୟତା ରାଶି ପ୍ରଦାନ କରିଥିଲେ । ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଶନ କୁମାର ଦାଶଙ୍କ ସଂଯୋଜନାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ସାଂସଦ ପ୍ରତିନିଧି ମୋଚିରାମ ସାହୁ, ନଗର ଯୁବ ବିଜେଡି ସଭାପତି ସନ୍ତୋଷ କୁମାର ବେହେରା ଓ ନଗର ବିଜେଡି ସଭାପତି ରଞ୍ଜିତ କୁମାର ସାହୁ ପ୍ରମୁଖ ମଞ୍ଚାସୀନ ଥିଲେ। ଏନଏସି କର୍ମଚାରୀ ବୃନ୍ଦ ପରିଚାଳନାରେ ସହଯୋଗ କରିଥିଲେ ।