କରୋନା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର କରୋନା ସ୍ଥିତି ସମୀକ୍ଷା କରିବେ । ବିଭିନ୍ନ ବିଭାଗର ସଚିବ, ଜିଲ୍ଲାପାଳ ଓ ଏସ୍‌ପି ମାନଙ୍କ ସହ ସେ କରୋନା ସ୍ଥିତିର ସମୀକ୍ଷା କରିବେ ବୋଲି ସ୍ୱତନ୍ତ୍ର ରିଲିଫ୍ କିଶନର ପ୍ରଦୀପ ଜେନା ସୂଚନା ଦେଇଛନ୍ତି ।

ସେ ଆହୁରି କହିଛନ୍ତି ଯେ ପୁଣିଥରେ ସରପଂଚ, ଆଶା, ଅଙ୍ଗନୱାଡ଼ି କର୍ମୀଙ୍କୁ ଦାୟିତ୍ୱ ଦିଆଯିବ । ସେମାନେ ଗାଁକୁ ଆସୁଥିବା ବାହାର ଲୋକଙ୍କ ଉପରେ ନଜର ରଖିବେ । ଗାଁର କୋଭିଡ୍ ପରିଚାଳନା କମିଟିକୁ ପୁଣି ସକ୍ରିୟ କରାଯିବ । ସ୍ଥିତି ଦେଖି ଲକ୍‌ଡାଉନ୍ କି ଅନ୍ୟ ଦିଗ ଉପରେ ନିଷ୍ପତି ନିଆଯିବ ।

ଆଜି ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ଠାରେ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା । କୋଭିଡ ସ୍ଥିତି ନେଇ ହୋଇଥିବା ଉଚ୍ଚସ୍ତରୀୟ ବୈଠରେ ଉନ୍ନୟନ କମିସନର, ଏସଆରସି, ସ୍ୱାସ୍ଥ୍ୟ ସଚିବ, ଡିଏମଇଟି ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ଭିଡିଓ କନଫରେନ୍ସିଂରେ ଜିଲ୍ଲାପାଳମାନଙ୍କ ସହ ମଧ୍ୟ ଆଲୋଚନା ହୋଇଥିଲା ।