ଭୁବନେଶ୍ୱର:ହୋଲ୍ଡିଂ ଟ୍ୟାକ୍ସ ବୃଦ୍ଧି ଉପରେ ରୋକ ଲଗାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ଟ୍ଟନାୟକ । ବିଏମ୍ସି ପକ୍ଷରୁ ହୋଲ୍ଡିଂ ଟ୍ୟାକ୍ସ ବୃଦ୍ଧି ନେଇ ନିଷ୍ପତ୍ତି ହୋଇଥିବା ବେଳେ ଏହାକୁ ସ୍ଥଗିତ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ବିଏମ୍ସିର ଏଭଳି ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି କିଛି ଗୋଷ୍ଠୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଏମିତିକି ସାଧାରଣ ଜଣତା ମଧ୍ୟ ବର୍ଦ୍ଧିତ ହୋଲ୍ଡିଂ ଟ୍ୟାକ୍ସ ବୃଦ୍ଧିକୁ ନାପସନ୍ଦ କରିଥିଲେ ଏବଂ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ।
ତେବେ ହାଇକୋର୍ଟରେ ଏହି ମାମଲା ରହିଛି । ହେଲେ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବଢ଼ୁଛି । ତେଣୁ ସାଧାରଣ ଜନତାଙ୍କ ମନୋଭାବକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ବିଏମସିର ଏହି ନିଷ୍ପତ୍ତିକୁ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଯେପର୍ଯ୍ୟନ୍ତ ହାଇକୋର୍ଟରେ ମାମଲାର ଶୁଣାଣି ସରିନାହିଁ,ସେ ପର୍ଯ୍ୟନ୍ତ ବିଏମସି ପକ୍ଷରୁ ବର୍ଦ୍ଧିତ ହୋଲ୍ଡିଂ ଟ୍ୟାକ୍ସ ଆଦାୟ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଏଭଳି ନିର୍ଦ୍ଦେଶ ପରେ ଭୁବନେଶ୍ୱରବାସୀଙ୍କୁ କିଛି ମାତ୍ରାରେ ଆଶ୍ୱସ୍ତି ମିଳିଛି । ତେବେ ଲୋକଙ୍କ ଦାବି ରହିଛି ଯେ, ସାମୟିକ ଭାବେ ନୁହେଁ ସମ୍ପୂର୍ଣ୍ଣରୂପେ ହୋଲ୍ଡିଂ ଟ୍ୟାକ୍ସ ବୃଦ୍ଧିକୁ ବନ୍ଦ କରାଯାଉ ।