କୋରାପୁଟ ସଡକ ଦୁର୍ଘଟଣାରେ ପୀଡିତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡିଶାର କୋରାପୁଟ ସଡକ ଦୁର୍ଘଟଣା ଜନିତ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିବା ପାଇଁ ଘୋଷଣା କରିଛନ୍ତି ।
ଦୁର୍ଘଟଣାରେ ଗୁରୁତର ଭାବେ ଆହତ ହୋଇଥିବା ସମସ୍ତ ବ୍ୟକ୍ତିଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରିବା ଲାଗି ମଧ୍ୟ ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଏକ ଟ୍ଵିଟ ମାଧ୍ୟମରେ କୁହାଯାଇଛି ଯେ, “ଓଡିଶାର କୋରାପୁଟରେ ଘଟିଥିବା ଦୁର୍ଭାଗ୍ୟପୂର୍ଣ୍ଣ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ । ସେହିଭଳି ଗୁରୁତର ଭାବେ ଆହତଙ୍କୁ ମଧ୍ୟ ୫୦ ହଜାର ଟଙ୍କା ଦିଆଯିବ ।