ରାଜ୍ୟରେ ଗୋଟିଏ ଦିନରେ ୪୮୫୧ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୮୨୩୧୫

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୪୮୫୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୮୨୩୧୫କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୪୯୩୭୭ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ମାମଲା ୩୦୯୨୭ ରହିଛି ।

ଆଜି ଚିହ୍ନଟ ହୋଇଥିବା ୪୮୫୧ ଜଣଙ୍କ ମଧ୍ୟରୁ ୨୮୧୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୦୩୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୭୦୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୫୨ ଜଣ, ବରଗଡ଼ରୁ ୩୧୮ ଜଣ, ଭଦ୍ରକରୁ ୭୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୨୨୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ୨୨, କଟକରୁ ୩୦୪ ଜଣ, ଦେବଗଡ ଜିଲ୍ଲାରୁ ୩୫ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୧ ଜଣ, ଗଜପତି ଜିଲ୍ଲାରୁ ୩୫, ଗଞ୍ଜାମରୁ ୧୫୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୩୯ ଜଣ, ଯାଜପୁରରୁ ୬୪ ଜଣ, ଝାରସୁଗୁଡ଼ାରୁ ୨୯୦ ଜଣ, କଳାହାଣ୍ଡିରୁ ୭୯ ଜଣ, କନ୍ଧମାଳ ଜିଲ୍ଲାରୁ ୨୭ ଜଣ. କେନ୍ଦ୍ରାପଡ଼ାରୁ ୫୮ ଜଣ, କେନ୍ଦୁଝରରୁ ୧୬୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୭୦୩ ଜଣ, କୋରାପୁଟରୁ ୬୨ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୩୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୭୮ ଜଣ, ନବରଙ୍ଗପୁରରୁ ୧୯୪ ଜଣ, ନୟାଗଡ଼ରୁ ୬୬ ଜଣ, ନୂଆପଡ଼ାରୁ ୪୮୬ ଜଣ, ପୁରୀରୁ ୨୨୩ ଜଣ, ରାୟଗଡ଼ାରୁ ୮୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୭୧ ଜଣ, ସୋନପୁରରୁ ୯ ଜଣ, ସୁନ୍ଦରଗଡ଼ରୁ ୫୧୬ଜଣ ଓ ଷ୍ଟେଟ୍ ପୁଲରୁ ୧୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।